ଶରଣକୂଳ କଙ୍ଗାରୁ କୋର୍ଟ ପ୍ରସଙ୍ଗ: ଗୃହରେ ଭୁଲ୍‌ ତଥ୍ୟ ଦେଇଥିବାରୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ନୟାଗଡ଼ ଜିଲା ଶରଣକୂଳ ଥାନା ଖଲିପାଟଣା ଗ୍ରାମର ପ୍ରାୟ ୧୫ ପରିବାର ୨୦୦୭ ମସିହାରୁ କଙ୍ଗାରୁ କୋର୍ଟର ଶିକାର ହୋଇ ଗ୍ରାମ ବାହାରେ ରହୁଛନ୍ତି। ଏହି ଘଟଣାକୁ ନେଇ ରଣପୁର ବିଧାୟକ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ପ୍ରଶ୍ନ କରିଥିଲେ। ମନ୍ତ୍ରୀ ଉତ୍ତରରେ ରଖିଥିବା ତଥ୍ୟକୁ ମଙ୍ଗଳବାର କଂଗ୍ରେସ ନିନ୍ଦା କରିବା ସହ ଭୁଲ୍‌ ତଥ୍ୟ ଦେଇଥିବାରୁ ନୈତିକତା ଦୃଷ୍ଟିରୁ ମନ୍ତ୍ରୀ ଦିବ୍ୟଶଙ୍କର ଇସ୍ତଫା ଦିଅନ୍ତୁ ବୋଲି ଦଳର ନେତା ସତ୍ୟ ପ୍ରକାଶ ନାୟକ ଦାବି କରିଛନ୍ତି।

ପ୍ରକାଶଯୋଗ୍ୟ, ଖଲିପାଟଣା ଗ୍ରାମର ୧୫ ପରିବାର କଙ୍ଗାରୁ କୋର୍ଟର ଶିକାର ହୋଇ ୧୩ ବର୍ଷ ଧରି ବାହାରେ ରହୁଛନ୍ତି। ସେମାନେ ଏନେଇ ରାଜ୍ୟ ମାନବାଧିକାର କମିଶନ, ଉଚ୍ଚ ନ୍ୟାୟାଳୟ, ଜାତୀୟ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଥିଲେ। ଏହାପରେ ରାଜ୍ୟ ମାନବାଧିକାର କମିଶନ ଓ ଉଚ୍ଚ ନ୍ୟାୟାଳୟ ଗ୍ରାମରେ ଶାନ୍ତି ଫେରିବା ସହ କଙ୍ଗାରୁ କୋର୍ଟର ଶିକାର ହୋଇଥିବା ପରିବାରଗୁଡ଼ିକୁ ଗ୍ରାମରେ ପୁନଃ ଥଇଥାନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ରାଜ୍ୟ ସରକାର ଅବମାନନା କରିବା ପରେ ଜାତୀୟ ମାନବାଧିକାର କମିଶନ ନୟାଗଡ଼ ଜିଲାପାଳ ଏବଂ ଏସ୍‌ପିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। ଏଥିସହ ଏ ଦିଗରେ ଜିଲା ପ୍ରଶାସନ କି ପଦକ୍ଷେପ ନେଇଛି ତାହାର ସିଧାସଳଖ ଉତ୍ତର ମାଗିଥିଲେ। ବିଧାନସଭା ପ୍ରଶ୍ନକାଳରେ ବିଧାୟକ ସତ୍ୟ ନାରାୟଣ ପ୍ରଧାନ ପରିବାରଗୁଡ଼ିକ କେଉଁଠି ରହୁଥିବା ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ମନ୍ତ୍ରୀ ସେମାନେ ଖଲିପାଟଣା ଗ୍ରାମରେ ରହୁଥିବା ପ୍ରକାଶ କରିଥିଲେ। ମଙ୍ଗଳବାର କଂଗ୍ରେସ ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଉକ୍ତ ପରିବାରଗୁଡ଼ିକ ମଧ୍ୟରୁ ଦୁଇଜଣ ମହିଳା ଉପସ୍ଥିତ ରହି ଦୟନୀୟ ଅବସ୍ଥାରେ ବାହାରେ ଏବେ ବି ଜୀବନଯାପନ କରୁଥିବା କହିଛନ୍ତି। ଏହାକୁ ନେଇ କଂଗ୍ରେସ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri