ଶରଧାପୁରରେ ଅଗ୍ନିକାଣ୍ଡ, ୧୪ ବଖରା ଜଳିଗଲା

ଧରାକୋଟ,୧୮।୬(ଡି.ଏନ.ଏ.)- ଧରାକୋଟ ବ୍ଲକ ଶରଧାପୁର ଗ୍ରାମ ମଝିସାହିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟାରେ ନିଆଁ ଲାଗି ୮ ପରିବାରର ୧୪ ବଖରା ପୋଡି ପାଉଁଶ ହୋଇଯାଇଛି। କ୍ଷତିଗ୍ରସ୍ତମାନେ ହେଲେ ଗ୍ରାମର କମଳ ଲୋଚନ ପ୍ରଧାନ, ରାମଚନ୍ଦ୍ର ପ୍ରଧାନ, ହରିଶ୍ଚନ୍ଦ୍ର ପ୍ରଧାନ, ହରି ପ୍ରଧାନ, କବିରାଜ ପ୍ରଧାନ, ଜଟିଆ ପ୍ରଧାନ, ରବି ଗୌଡ଼ ଓ ପୀତବାସ ଗୌଡ଼। ଧରାକୋଟ ଅଗ୍ନିଶମ ଅଧିକାରୀ ବିନୋଦ ରାଉତ ସଦଳବଳ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ସ୍ଥାନୀୟ ତହସିଲଦାର ଗଦାଧର ପାତ୍ର ୫ଦିନ ପାଇଁ ଖାଦ୍ୟ, ପଲିଥିନ ଅଗ୍ନିବିପନ୍ନ ପରିବାରଙ୍କୁ ପ୍ରଦାନ କରିଥିଲେ ଏବଂ ସରକାରୀ ନିୟମ ପ୍ରକାରେ ବିପନ୍ନଙ୍କୁ ସମସ୍ତ ସହାୟତା ଦିଆଯିବ ବୋଲି କହିଥିଲେ। ବିପନ୍ନ ପରିବାର ଗରିବ ଶ୍ରେଣୀର ହୋଇଥିବାରୁ ଘର ପୋଡିଯିବା ପରେ ସର୍ବସ୍ବାନ୍ତ ହୋଇପଡ଼ିଛନ୍ତି। ତୁରନ୍ତ ସରକାରୀ ଯୋଜନାରେ ଆର୍ଥିକ ସହାୟତା ସହ ଗୃହ ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କା କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?