ଶଶୁର ଘରେ ନିଆଁ ଲଗାଇ ଜ୍ୱାଇଁ ଫେରାର

କଳିଙ୍ଗନଗର,୧୯ା୧୦(ଡି.ଏନ୍‌.ଏ.): ଦାନଗଦୀ ଫାଣ୍ଡି ଅର୍ନ୍ତଗତ ଓଳଲ ପଞ୍ଚାୟତରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ଘଟଣା ଘଟିଛି। ଏହି ଗ୍ରାମରେ ଘର ଜୋୟାଁ ରୁହୁଥିବା ଜଣେ ଯୁବକ ଶଶୁର ଘରେ ନିଆଁ ଲଗାଇ ଫେରାର ହୋଇଯାଇଛି। ଫଳରେ ଗ୍ରାମର ଶଶୁର ଘର ସମେତ ୧୬ ବଖରା ଘର ଜଳିଯାଇଛି। ଶୁକ୍ରବାର ଦାନଗଦୀ ତହସିଲ ପକ୍ଷରୁ ୯ ଜଣ ପରିବାରକୁ ପାଲ ଯୋଗାଇ ଦିଆଯାଇଛି। ଶନିବାର ଅନ୍ୟମାନଙ୍କୁ ପାଲ ଯୋଗାଇ ଦିଆଯିବ ବୋଲି ତହସିଲଦାର ବୁଲବୁଲ ବେହେରା କହିଛନ୍ତି। ଏ ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୩୩୫/୧୯) ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଓଲଳ ପଞ୍ଚାୟତର ଶରତ ଜେନାଙ୍କ ଝିଅଙ୍କୁ ୧୫ ବର୍ଷ ତଳେ ହାତୀବାରୀ ଅଞ୍ଚଳର ଦୀଲିପ ମଳିକ ବିବାହ କରିଥିଲେ। ବିବାହ ପରଠାରୁ ଦିଲୀପ ଘର ଜ୍ୱାଇଁ ଭାବେ ରହୁଥିଲେ। ସ୍ତ୍ରୀ ଓଲଳ ଗ୍ରାମ ଅଙ୍ଗନବାଡି ଓ୍ବାର୍କର ଭାବେ କାର୍ଯ୍ୟ କରନ୍ତି। ଅଧିକାଂଶ ଦିନରେ ଦିଲୀପ ନିଶାସେବନ କରି ଘରେ ଗାଳିଗୁଲଜ କରିବା ସହ ସ୍ତ୍ରୀଙ୍କୁ ମାଡ ମାରିଥାନ୍ତି। ଗୁରୁବାର ରାତିରେ ଏହା ଉଗ୍ରରୂପ ନେଇଥିଲା। ଦିଲୀପ ନିଶାସେବନ କରି ଆସିବାରୁ ଶରତ ତାଙ୍କୁ ବିରୋଧ କରିଥିଲେ। ଏଥିରେ ସେ ରାଗିଯାଇ ଘରେ ତାଙ୍କ ସ୍ତ୍ରୀ ସମେତ ସମସ୍ତେ ଶୋଇଥିବାବେଳେ ବିଳମ୍ବିତ ରାତିରେ କିରୋସିନ ଢାଳି ନିଆଁ ଲଗାଇ ଫେରାର ହୋଇଯାଇଥିଲେ। ଫଳରେ ଶଶୁର ଘର ସମେତ ସାହିରେ ଥିବା ୧୬ଜଣ ପାଖାପାଖି ପଡୋଶୀଙ୍କ ଘରେ ନିଆଁ ବ୍ୟାପିଯାଇଥିଲା। ଖବର ପାଇ ଦାନଗଦୀ ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?