ଶଶ୍ମାନରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨୧।୫-ନୟାଗଡ଼ ଜିଲା ରଣପୁର ଥାନା ନରେନ୍ଦ୍ରପୁର ପଞ୍ଚାୟତ ବିନୋଦପଡ଼ା ଗ୍ରାମ ଶ୍ମଶାନରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ଶୁଭ୍ରକେଶୀ ସ୍ବାଇଁ। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ କରାଯାଇଛି।
ଯେ, କଟକ ଜିଲା ବାଙ୍କୀ ଥାନା ପାଟପୁର ଗ୍ରାମର ବାମଦେବ ସ୍ବାଇଁଙ୍କ ଝିଅ ଶୁଭ୍ରକେଶୀ ୬ ବର୍ଷ ତଳେ ବିନୋଦପଡ଼ା ଗ୍ରାମର ମନୋଜ ରାଉତଙ୍କୁ ବିବାହ କରିଥିଲେ। ବିବାହ ପରେ ତାଙ୍କର ଯାଆଁଳା ପୁଅ ଜନ୍ମ ହୋଇଥିଲା। ଏହାର କିଛି ବର୍ଷ ପରେ ସେ ଝିଅ ଜନ୍ମ ଦେଇଥିଲେ। ତେବେ ବାପଘରୁ ଅଧିକ ଯୌତୁକ ଆଣିବା ପାଇଁ ସ୍ବାମୀ ତାଙ୍କ ଉପରେ ଚାପ ପକାଇଥାନ୍ତି। ଏହି ଘଟଣାକୁ କେନ୍ଦ୍ର କରି ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥାଏ। ସୋମବାର ଅପରାହ୍ନରେ ଶୁଭ୍ରକେଶୀଙ୍କ ମୃତଦେହକୁ ଶାଶୁ ଘର ଲୋକ ଶଶ୍ମାନରେ ପୋଡ଼ୁଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ବାପଘର ଲୋକ ସେଠାରେ ପହଞ୍ଚତ୍ ଯାଇଥିଲେ। ସେମାନେ ମୃତଦେହ ଉପରେ ପାଣି ପକାଇ ନିଆଁ ଲିଭାଇ ଦେଇଥିଲେ। ପରେ ରଣପୁର ପୋଲିସକୁ ଖବର ଦେବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସେଠାରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରିଥିଲା। ଶୁଭ୍ରକେଶୀଙ୍କ ସ୍ବାମୀ ଓ ଶାଶୁଘର ଲୋକ ଫେରାର୍‌ ଅଛନ୍ତି। ଯୌତୁକ ପାଇଁ ଶୁଭ୍ରକେଶୀଙ୍କୁ ହତ୍ୟା କରାଯାଇଥିବା ତାଙ୍କ ଭାଇ ମନୋରଞ୍ଜନ ସ୍ବାଇଁ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ସନ୍ଧ୍ୟା ୫ଟାରେ ମହିଳାଙ୍କ ପରିବାର ଓ ଗ୍ରାମବାସୀଙ୍କ ପକ୍ଷରୁ ବିନୋଦପଡ଼ା ଛକଠାରେ ରାସ୍ତାରୋକୋ କରାଯାଇଥିଲା। ଫଳରେ ଜାତୀୟ ରାଜପଥ-୫୭ରେ ଦୀର୍ଘ ସମୟ ଧରି ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ...

ଚନ୍ଦନ ପୋଖରୀରେ ପଦ୍ମ,କଇଁ ଫୁଟିବ

ଖଣ୍ଡପଡ଼ା,୨୧ା୪(ଅଜୟ କୁମାର ମହାରଣା)ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀର ନବୀକରଣ କାର୍ଯ୍ୟ ସହ ପଙ୍କ ଉଦ୍ଧାର କାମ ସରିଛି। କାମ ସରିବା ପରେ ପାଣି ଭରି ଦିଆଯାଇଛି।...

ଆଚରଣ ବିଧି ସମୟରେ ଚାଲିଛି ନିଯୁକ୍ତି

ନୟାଗଡ଼,୨୧।୪(ଲୋକନାଥ ମିଶ୍ର)ନିର୍ବାଚନ ଆଚରଣ ବିଧି ଲାଗୁ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସରଳୟ(ଡିଏଚ୍‌ଏଚ୍‌)ରେ ନିଯୁକ୍ତି ହେଉଥିବା ଅଭିଯୋଗ ହୋଇଛି। ପୁଣି ଜିଲାପାଳଙ୍କ ଅଧ୍ୟକ୍ଷତାରେ ବଦଳି କମିଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri