ଶସ୍ୟ ବୀମା ରାଶି ପାଇଁ ସାମାଜିକ ଦୂରତାକୁ ଫୁ’: ବିଜେପୁରରେ ବ୍ୟାଙ୍କ ସମ୍ମୁଖରେ ଚାଷୀଙ୍କ ଗହଳି

ବିଜେପୁର,୭।୫(ଡି.ଏନ୍‌.ଏ.): କରୋନା ପ୍ରତିହତ ପାଇଁ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଅବ୍ୟାହତ ରହିଛି। ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ଅନ୍ୟାନ୍ୟ କଟକଣା ଲଗାଯାଇଛି। ହେଲେ କେତେକ ସ୍ଥାନରେ ଲୋକମାନେ ଏହାକୁ ପାଳନ କରୁ ନ ଥିବା ଦେଖାଯାଉଛି। ଶସ୍ୟ ବୀମା ରାଶି ପାଇଁ ବରଗଡ଼ ଜିଲା ବିଜେପୁର ଅଞ୍ଚଳର ଚାଷୀମାନେ ସାମାଜିକ ଦୂରତ୍ୱକୁ ମାନୁ ନ ଥିବା ଗୁରୁବାର ଦେଖିବାକୁ ମିଳିଛି।

ସୂଚନାନୁଯାୟୀ, ବର୍ତ୍ତମାନ ବ୍ୟାଙ୍କଗୁଡିକ ସକାଳୁଆ ଖୋଲାଯାଉଛି। ଗତ ଖରିଫ ଫସଲର ଶସ୍ୟ ବୀମା ରାଶି ଚାଷୀମାନଙ୍କ ଖାତାରେ ଜମା ହୋଇଛି । ତେଣୁ ସ୍ଥାନୀୟ ସମ୍ବଲପୁର କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ସକାଳୁ ଚାଷୀମାନଙ୍କର ଗହଳି ଲାଗି ରହୁଛି। ଖବର ପାଇ ଥାନା ଆଇଆଇସି ରାଜେନ୍ଦ୍ର ସିଆଲ ବିଭାଗୀୟ କର୍ମଚାରୀମାନଙ୍କୁ ନେଇ ପୂର୍ବାହ୍ନରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବାରୁ ଚାଷୀମାନେ କିଛି ସମୟ ପାଇଁ ସାମାଜିକ ଦୂରତ୍ୱ ରକ୍ଷା କରିଥିଲେ। ହେଲେ ଆଇଆଇସି ଚାଲିଯିବା ପରେ ଯଥା ପୂର୍ବଂ ତଥା ପରଂ ପରିସ୍ଥିତି ସୃଷ୍ଟି ହୋଇଥିଲା। ଦୁଇଜଣ ପୋଲିସ କର୍ମଚାରୀ ନିୟୋଜିତ ରହିଥିଲେ ସୁଦ୍ଧା ଚାଷୀମାନେ ସାମାଜିକ ଦୂରତ୍ୱକୁ ଭୁଲିବାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

ସିଂହବାହିନୀଙ୍କ ଆଗମନୀ ପାଇଁ ଦିଗପହଣ୍ଡିରେ ଜୋରଦାର ପ୍ରସ୍ତୁତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ…

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?