ଶହୀଦଙ୍କୁ ଚନ୍ଦ୍ରକାନ୍ତଙ୍କୁ ବିଭିନ୍ନ ସଙ୍ଗଠନ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ରାଇକିଆ,୧୮ା୬(ଡ଼ି.ଏନ.ଏ)- ଚୀନ ସୈନ୍ୟଙ୍କ ସହ ସଂଘର୍ଷବେଳେ ଶହୀଦ ହୋଇଥିବା ରାଇକିଆର ଚନ୍ଦ୍ରକାନ୍ତ ପ୍ରଧାନଙ୍କୁ ସହରର ବିଭିନ୍ନ ସଙ୍ଗଠନ ତରଫରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ନାଗରିକ ମଞ୍ଚ କାର୍ଯ୍ୟାଳୟରେ ସମସ୍ତ ସଦସ୍ୟ ଯୋଗ ଦେଇ ୨ ମିନିଟ ନୀରବ ପ୍ରାର୍ଥନା କରିବା ସହ ଚନ୍ଦ୍ରକାନ୍ତଙ୍କ ସ୍ମୃତିଚାରଣ କରିଥିଲେ। ମଞ୍ଚ ସଭାପତି ସୁଶାନ୍ତ କୁମାର ଜେନା, ସମ୍ପାଦକ ମେନେଶ୍ୱର ଦିଗାଳ, ଯୁଗ୍ମ ସମ୍ପାଦକ ମସେସ ଦିଗାଳ ପ୍ରମୁଖ ଉପସ୍ଥିତ ଥିଲେ। ରାଇକିଆ ମୋଟର ଚାଳକ ସଂଘ ତରଫରୁ ମଧ୍ୟ ଏକ ସଭାର ଆୟୋଜନ କରାଯାଇ ଶହୀଦ ଚନ୍ଦ୍ରକାନ୍ତଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ପ୍ରାର୍ଥନା କରାଯାଇଥିଲା। ଏଥିସହ ଚାଇନା ସାମଗ୍ରୀ ବର୍ଜନ ପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଇଥିଲା। ବସ୍‌ଷ୍ଟାଣ୍ଡ ଠାରେ ବଣିକ ସଂଘ ତରଫରୁ ଏକ ସଭା ଆୟୋଜନ କରାଯାଇ ‘ଶହୀଦ ଚନ୍ଦ୍ରକାନ୍ତ ଅମର ରହେ’ ସ୍ଲୋଗାନ ଦେବା ସହ ଚାଇନାର ଦୋମୁହଁା ନୀତି ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସଂଘ ତରଫରୁ ସମସ୍ତ ସଦସ୍ୟ ଯୋଗ ଦେଇଥିବା ବେଳେ ସମ୍ପାଦକ ବିଜୟ ପଣ୍ଡା ନେତୃତ୍ୱ ନେଇଥିଲେ। ଗୁରବାର ବଣିକ ସଂଘର ପୂର୍ବ ନିଷ୍ପତ୍ତି କ୍ରମେ ରାଇକିଆ ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri