Posted inଜାତୀୟ

ଶହୀଦଙ୍କ ସ୍ତ୍ରୀଙ୍କୁ ଗ୍ରାମବାସୀଙ୍କ ରାଖୀ ପୂର୍ଣ୍ଣିମା ଉପହାର

ଭୋପାଳ,୧୬।୮: ମଧ୍ୟପ୍ରଦେଶ ଦେପାଲପୁରର ପିର ପିପଲିୟା ଗାଁରେ ଦେଖିବାକୁ ମିଳିଛି ଏମିତି ଏକ ଦୃଶ୍ୟ ଯାହା ସମସ୍ତଙ୍କ ମୁହଁରେ ହସ ଖେଳାଇ ଦେଇଛି। ଏଠାକାର ବାସିନ୍ଦା ହାବିଲଦାର ମୋହନ ସିଂ ସୁନେର ବିଏସ୍‌ଏଫ୍‌ ଯବାନ ଭାବେ ତ୍ରିପୁରାରେ କାର୍ଯ୍ୟରତ ଥିବା ସମୟରେ ଆତଙ୍କବାଦୀ ଆକ୍ରମଣରେ ସେ ଶହୀଦ ହୋଇଯାଇଥିଲେ। ମାତ୍ର ୨୭ ବର୍ଷ ବୟସରେ ଶହୀଦ ହୋଇଥିବା ମୋହନଙ୍କ ପରିବାର ଗାଁରେ ଅତି ଦୁଃଖକଷ୍ଟରେ ସମୟ କାଟୁଥିଲେ। ଏମିତିକି ସେମାନଙ୍କ ପାଖରେ ରହିବା ପାଇଁ ଘର ଖଣ୍ଡେ ନ ଥିଲା କି ଖାାଇବା ପାଇଁ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ନ ଥିଲା। ଏଥିପାଇଁ ପରିବାର ଲୋକେ ମଜୁରୀ ଲାଗି ପେଟ ପୋଷୁଥିଲେ। ଶହୀଦ ପରିବାରଙ୍କ ଏପରି ଅବସ୍ଥା ଦେଖି ଗାଁ ଲୋକେ ଚାନ୍ଦା କରି ପାଖାପାଖି ୧୧ ଲକ୍ଷ ଟଙ୍କା ଯୋଗାଡ କରିବା ପରେ ଏବେ ମୋହନଙ୍କ ପରିବାର ପାଇଁ ଏକ ସୁନ୍ଦର ଘର ତିଆରି କରିଦେଇଛନ୍ତି। ରାଖୀ ପୂର୍ଣ୍ଣିମା ଅବସରରେ ଗାଁର ଯୁବକମାନେ ମିଶି ମୋହନଙ୍କ ସ୍ତ୍ରୀଙ୍କୁ ଘରର ଚାବି ପ୍ରଦାନ କରିଛନ୍ତି। କେବଳ ସେତିକି ନୁହେଁ ଗୁରୁବାର ରାଖୀ ପୂର୍ଣ୍ଣିମା ଦିନ ଗୃହ ପ୍ରବେଶ ସମୟରେ ଗାଁର ଯୁବକଙ୍କ ହାତ ଉପରେ ଚଢି ଶହୀଦଙ୍କ ସ୍ତ୍ରୀ ଗୃହ ପ୍ରବେଶ କରାଇଛନ୍ତି। ଆଉ ସେତେବେଳେର ସେହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଆଗାମୀ ଦିନରେ ଗାଁରେ ଶହୀଦ ମୋହନଙ୍କର ଏକ ପ୍ରତିମୂର୍ତ୍ତି ସହ ଗାଁ ସ୍କୁଲକୁ ତାଙ୍କ ନାମରେ ନାମିତ କରିବାର ଯୋଜନା ରଖିଛନ୍ତି ଗ୍ରାମବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri