ଶହୀଦନଗର ପ୍ରାଣୀ ଚିକିତ୍ସାଳୟରେ ମିଳିବ ୨୪ଘଣ୍ଟିଆ ସେବା

ଭୁବନେଶ୍ୱର, ୩ା୩(ବ୍ୟୁରୋ) :ରାଜ୍ୟ ସରକାରଙ୍କ ୫-ଟି ଅଧୀନ ‘ମୋ ସରକାର’ କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ସୋମବାରଠାରୁ ସାମିଲ ହୋଇଛି। ସରକାରୀ ସେବାକୁ ଲୋକାଭିମୁଖୀ କରିବା ପାଇଁ ସୋମବାରଠାରୁ ଭୁବନେଶ୍ୱରର ଶହୀଦନଗର ପ୍ରାଣୀ ଚିକିତ୍ସାଳୟରେ ୨୪ଘଣ୍ଟିଆ ପ୍ରାଣୀ ଚିକିତ୍ସା ସେବା ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି। ଶହୀଦନଗର ପ୍ରାଣୀ ଚିକିତ୍ସାଳୟ ଏବେ ପ୍ରତିଦିନ ୨୪ଘଣ୍ଟା ଖୋଲା ରହିବ। ଫଳରେ ଦୈନନ୍ଦିନ ପ୍ରାଣୀ ଚିକତ୍ସା ସେବା ସାଙ୍ଗକୁ ଜରୁରୀକାଳୀନ ପ୍ରାଣୀ ଚିକତ୍ସା ସେବା ମଧ୍ୟ ଯୋଗାଇ ଦିଆଯିବ। ସେବା ଯୋଗାଇବା ପାଇଁ ଭେଟେରିନାରୀ ଡାକ୍ତର ଓ ଅନ୍ୟ କର୍ମଚାରୀମାନେ ପାଳି କରି କାର୍ଯ୍ୟ କରିବେ। ଏହି ୨୪ଘଣ୍ଟିଆ ପ୍ରାଣୀ ଚିକତ୍ସା ସେବାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରାଣୀ ଚିକିତ୍ସକ ପ୍ରଶିକ୍ଷଣ ପ୍ରତିଷ୍ଠାନର ଡାକ୍ତରମାନଙ୍କୁ ମଧ୍ୟ ନିୟୋଜିତ କରାଯିବ। ଖୋର୍ଦ୍ଧା ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଏହି ସେବାର ସୁପରିଚାଳନା ନିମନ୍ତେ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri