ଶହୀଦ ମେମୋରିଆଲ କ୍ରିକେଟ: ଫିରିଙ୍ଗିଆ, ରାଇକିଆ ବିଜୟୀ

ଫୁଲବାଣୀ ଅଫିସ,୩ା୧- ଫୁଲବାଣୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପୋଲିସ ପଡିଆରେ ଶହୀଦ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ଏସ୍‌ପି ପ୍ରତୀକ ଗୀତା ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଟୁର୍ନାମେଣ୍ଟକୁ ଉଦ୍‌ଘାଟନ କରିଥିଲେ। ପ୍ରଥମ ମ୍ୟାଚରେ ଫିରିଙ୍ଗିଆ ଟିମ୍‌ ବିପକ୍ଷ ଆର୍‌. ନୂଆଗାଁ ଟିମ୍‌କୁ ହରାଇ ଥିବା ବେଳେ ଦ୍ୱିତୀୟ ମ୍ୟାଚରେ ରାଇକିଆ ଦଳ ବିପକ୍ଷ ପୋଲିସ ଟିମ୍‌କୁ ହରାଇ ପରବର୍ତ୍ତୀ ପର୍ଯ୍ୟାୟକୁ ଯାଇଛି। ଆର୍‌.ନୂଆଗାଁ ଟିମ୍‌ ପ୍ରଥମେ ବ୍ୟାଟିଂ କରି ୧୨ ଓଭରରେ ୧୪୧ ରନ କରିଥିଲା । ଜବାବରେ ଫିରିଙ୍ଗିଆ ଟିମ୍‌ ୫ ଉଇକେଟ ହରାଇ ୧୪୨ ରନ କରି ମ୍ୟାଚ ଜିତିଥିଲା। ଦ୍ୱିତୀୟ ମ୍ୟାଚରେ ରାଇକିଆ ପ୍ରଥମେ ବ୍ୟାଟିଂ କରି ୧୦୨ ରନ କରିଥିଲା। ଜବାବରେ ପୋଲିସ ଟିମ୍‌ ୯୫ ରନ କରି ମ୍ୟାଚ ହାରିଥିଲା। ସୂଚନାଯୋଗ୍ୟ, ମାଓବାଦୀ ଆକ୍ରମଣରେ ଶହୀଦ ହୋଇଥିବା କନ୍ଧମାଳ ପୋଲିସର ୩ ଯବାନଙ୍କ ସ୍ମୃତିରେ ଏହି ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ଏଥିରେ ୧୦ଟି ଟିମ ଭାଗ ନେଇଛନ୍ତି। ଆସନ୍ତା ୫ ତାରିଖରେ ଫାଇନାଲ ମ୍ୟାଚ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି…

ଠାବ ହେଲା ଦେଶୀ ବନ୍ଧୁକ କାରଖାନା: ଜଣଙ୍କୁ ବାନ୍ଧିଲା ପୋଲିସ

ତୁମୁଡିବନ୍ଧ,୬।୫(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଆନ୍ତର୍ଗତ ଲାବନ୍ୟନଗର ଗ୍ରାମରେ ଏକ ଚୋରା ଦେଶୀ ବନ୍ଧୁକ କାରଖାନା ଠାବ କରିବାରେ ସଫଳ ହେବା ସହ…

ଜଙ୍ଗଲରୁ ୩ ବନ୍ଧୁକ ଜବତ କରି ଶିକାରୀଙ୍କୁ ଖୋଜୁଛି ପୋଲିସ

ଦାରିଙ୍ଗବାଡ଼ି,୪ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା। ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ପର୍ତ୍ତମାହା ଜଙ୍ଗଲରେ ପୋଲିସ ଚଢ଼ାଉ କରି ୩ ଦେଶୀ…

ଘରେ ଶୋଇଥିଲା ୨ ମାସର ଶିଶୁ, ହଠାତ୍‌ ଲାଗିଗଲା ନିଆଁ, ଆଉ ତା’ପରେ…

ଖଜୁରିପଡ଼ା, ୩ା୫(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଟିଟ୍ରାପଙ୍ଗା ପଞ୍ଚାୟତ ତିଲକପଡ଼ା ଗ୍ରାମର ଶୁଭେନ୍ଦୁ ଦିଗାଲଙ୍କ ଘରେ ନିଆଁ ଲାଗି ଆସବାପତ୍ର ପୋଡ଼ି ପାଉଁଶ ହୋଇଯାଇଛି।…

ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣା: ବ୍ୟବଚ୍ଛେଦ ରିପୋର୍ଟକୁ ବିରୋଧ କରି ଧାରଣା ଦେବା ପରେ…

ଦାରିଙ୍ଗବାଡ଼ି,୩ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦନେକବାଡ଼ି ପଞ୍ଚାୟତ ମାଣ୍ଡୁବାଡ଼ି ଗ୍ରାମ ବଲାମାହା ଜଙ୍ଗଲ ଡବାଡ଼ଙ୍ଗା ଗଛରେ ଗତ ସୋମବାର ଉଜ୍ଜ୍ବଳ ସିଂ ଦିଗାଲଙ୍କ ଝୁଲନ୍ତା…

ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ଘରେ ଘଟିଲା ଅଘଟଣ : ଜଣେ ବୃଦ୍ଧା ଜୀବନ୍ତ ଦଗ୍ଧ, ୨ ଗୁରୁତର

ବାଲିଗୁଡ଼ା,୨।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ବାରଖମା ଫାଣ୍ଡି ସୁଡ୍ରା ଗ୍ରାମରେ ଏକ ବଡ଼ ଧରଣର ଅଘଟଣ ଘଟିଛି । ଏଥିରେ ଜଣେ…

ଦାରିଙ୍ଗବାଡ଼ିକୁ ସ୍ବଚ୍ଛ, ସୁନ୍ଦର, ସବୁଜ କରିବା ପାଇଁ ପ୍ରଶାସନର ଅଭିଯାନ

ଦାରିଙ୍ଗବାଡ଼ି,୨ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ସହଯୋଗରେ ଶନିବାର…

ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…

ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍‌): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri