ଶାନ୍ତିଶୃଙ୍ଖଳାରେ ସରିଲା ପ୍ରଥମ ଦିବସର ପରୀକ୍ଷା

ମାଲକାନଗିରି,୧୯ା୨(ଡି.ଏନ.ଏ.): ରାଜ୍ୟରେ ବୁଧବାରଠାରୁ ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିବସର ପରୀକ୍ଷା ଜିଲାରେ ପ୍ରାୟ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିପାଇଁ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି। ମାଲକାନଗିରି ଜିଲାରେ ୫୬୭୪ ପରୀକ୍ଷାର୍ଥୀଙ୍କ ମଧ୍ୟରୁ କେତେକ କେନ୍ଦ୍ରରେ ପରୀକ୍ଷାର୍ଥୀ ପରୀକ୍ଷା ଦେଇନାହାନ୍ତି। ତେବେ ନିର୍ଦ୍ଧିଷ୍ଟଭାବେ କେତେ ଜଣ ପରୀକ୍ଷା ଦେଇନାହାନ୍ତି ସେ ସମ୍ପର୍କରେ ଠିକ୍‌ ଖବର ସନ୍ଧ୍ୟାସୁଦ୍ଧା ମିଳିନାହିଁ ବୋଲି ଜିଲା ଶିକ୍ଷା ଅଧିକାରୀ ରମେଶ ଚନ୍ଦ୍ର ସେଠୀ କହିଛନ୍ତି। ସୂଚନାଯୋଗ୍ୟ ଯେ, ଜିଲାରେ ୫୩୧୨ ରେଗୁଲାର, ୩୪୨ ଏକ୍ସ ରେଗୁଲାର ଏବଂ ୨୦ ଜଣ ପତ୍ର ବିନିମୟ ମାଧ୍ୟମରେ ୩୨ଟି କେନ୍ଦ୍ରରେ ପରୀକ୍ଷା ଦେବାପାଇଁ ବ୍ରବସ୍ଥା ହୋଇଛି। ୧୧ଟି ସମ୍ବେଦନଶୀଳ କେନ୍ଦ୍ରରେ ସିସି କ୍ୟାମେରା ଲାଗିଛ। ପ୍ରତି ସେଣ୍ଟର ପାଇଁ ସୁପରିଣ୍ଟେଣ୍ଡେଣ୍ଟ, ନୋଡାଲ ଇନ୍‌ଚାର୍ଜ, ଡେପୁଟି ନୋଡାଲ ଇନ୍‌ଚାର୍ଜ ନିଯୁକ୍ତି ହୋଇଛନ୍ତି। ଥାନାରୁ ପ୍ରଶ୍ନପତ୍ର କେନ୍ଦ୍ରରେ ପହଞ୍ଚାଇବା ପାଇଁ ୧୦ ଅଧିକାରୀ ତଦାରଖ ଲାଗି ନିଯୁକ୍ତି ହୋଇଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ୩୨ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି କରାଯାଇଥିବା ବେଳେ ବୋର୍ଡରୁ ଏକ ସ୍ବତନ୍ତ୍ର ସ୍କ୍ବାଡ, ଜିଲା ଶିକ୍ଷା ଅଧିକାରୀଙ୍କ ତରଫରୁ ସ୍କ୍ବାଡ ଗଠନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?