Posted inଖେଳ

ଶାମିଙ୍କ ନାମରେ ଗିରଫ ପରଓ୍ବାନ

କୋଲକାତା, ୩।୯- ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍‌ ଦଳର ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ନାମରେ ସୋମବାର ଗିରଫ ପରଓ୍ବାନା ଜାରି ହୋଇଛି। ସ୍ତ୍ରୀ ହାସିନ ଜହାନଙ୍କ ଦ୍ୱାରା ଫାଇଲ୍‌ ହୋଇଥିବା ଘରୋଇ ହିଂସା ମାମଲାରେ ଶାମିଙ୍କ ସମେତ ତାଙ୍କ ଭାଇ ହସିଦ୍‌ ଅହମ୍ମଦଙ୍କ ନାମରେ ମଧ୍ୟ ଗିରଫ ପରଓ୍ବାନା ଜାରି ହୋଇଥିବା ଜଣାପଡ଼ିଛି। ଆଗାମୀ ୧୫ ଦିନ ମଧ୍ୟରେ ଆତ୍ମସମର୍ପଣ ପାଇଁ ପଶ୍ଚିମବଙ୍ଗର ଆଲିପୁରସ୍ଥିତ କୋର୍ଟ ଶାମିଙ୍କୁ ନିର୍ଦ୍ଦେଶ ଦେଇଥିବା ବିଭିନ୍ନ ଜାତୀୟ ଗଣମାଧ୍ୟମ ରିପୋର୍ଟ ପ୍ରକାଶ ପାଇଛି।
୨୦୧୮ରେ ହାସିନ ବେଙ୍ଗଲ ଦ୍ରୁତ ବୋଲର ଶାମିଙ୍କ ନାମରେ ଘରୋଇ ହିଂସା ଅଭିଯୋଗ ଆଣିଥିଲେ। ସେହି ସମୟରେ ଶାମି ଓ ତାଙ୍କ ଭାଇ ହସିଦ୍‌ଙ୍କ ନାମରେ ଆଇପିସି ଧାରା ୪୯୮ଏ’ରେ ମାମଲା ରୁଜୁ ହୋଇଥିଲା। ହାସିନାଙ୍କ ଏହି ଅଭିଯୋଗ ପରେ ଶାମି କୋର୍ଟରେ ହାଜର ହୋଇ ନ ଥିଲେ। ଫଳରେ ଆଲିପୁର କୋର୍ଟରେ ହାଜର ହେବାକୁ ଶାମିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିକଟରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ କ୍ରିକେଟ୍‌ ଦଳର ଆମେରିକା ଗସ୍ତ ସମୟରେ ମଧ୍ୟ ଶାମିଙ୍କୁ ଏହି କାରଣରୁ ଭିଜା ମିଳିବାରେ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ପରେ କିନ୍ତୁ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ହସ୍ତକ୍ଷେପ ଫଳରେ ଶାମିଙ୍କୁ ଆମେରିକା ଭିଜା ମିଳିଥିଲା। ପ୍ରକାଶଯୋଗ୍ୟ, ଗତବର୍ଷ ପ୍ରାରମ୍ଭରେ ଶାମିଙ୍କ ନାମରେ ଯୌତୁକଜନିତ ହିଂସା ସମେତ ଯୌନ ଉତ୍ପୀଡନ ଓ ମ୍ୟାଚ୍‌ ଫିକ୍ସିଂ ଅଭିଯୋଗ ହାସିନା ଆଣିଥିଲେ। ଏହାପରେ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ମ୍ୟାଚ୍‌ ଫିକ୍ସିଂ ମାମଲାରେ ଶାମିଙ୍କୁ କ୍ଲିନଚିଟ୍‌ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri