ଶାରୀଶୁଆ ପାହାଡ଼ ଖଣି ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟ ବନସଂରକ୍ଷକ, ଜିଲାପାଳ

ଖଇରା,୨୦।୧୧(ଡି.ଏନ.ଏ.):  ଦୁଇ ବନ ସଂରକ୍ଷକ ସନ୍ଦୀପ ତ୍ରିପାଠି ଓ ହରିଶଙ୍କର ଉପାଧ୍ୟାୟ ଏବଂ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ବୁଧବାର ଖଇରା ଓ କପ୍ତିପଦା ତହସିଲ ଅଧୀନ ଶାରିଶୁଆ ପାହାଡ଼ର ବିଭିନ୍ନ ଖଣି ପରିଦର୍ଶନ କର ଫେରିିଛନ୍ତି। କପିଳଝୁରୀ ବନ୍ଧନଟା ମୌଜାର ୬୦, ୮୮, ୫୭, ୧୦, ୭୦ ନମ୍ବର ସମେତ ମୋଟ୍‌ ୧୧ଟି ଖଣି ବୁଲି ସ୍ଥିତି ପରଖିଥିଲେ।
ଶାରୀଶୁଆ ପାହାଡରେ ଥିବା ୯୭ ଖଣି ମଧ୍ୟରୁ ମାତ୍ର ୫୦ଟି ବିଧିବଦ୍ଧ ଭାବେ ନିଲାମ ଦିଆଯାଇଥିବାଜଣାପଡିଥିଲା। ବାଦ ପଡିଥବବା ଅନ୍ୟ ୪୬ଟି ସ୍ଥାନରେ ଚୋରା କାରବାର ହେଉଥିବା ଦେଖି ବନସଂରକ୍ଷକମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ବନସଂରକ୍ଷକଙ୍କ ପରିଦର୍ଶନ ବେଳେ ବାରିପଦା ଡିଏଫ୍‌ଓ ସ୍ବୟଂ ମଲ୍ଲିକ, ବାଲେଶ୍ୱର ଡିଏଫ୍‌ଓ ବିଶ୍ୱରାଜ ପଣ୍ଡା, ଖଇରା ତହସିଲଦାର ପ୍ରଦୀପ କୁମାର ସାହୁ, କୁଲଡ଼ିହା ରେଞ୍ଜର ବିଜୟ ମହାପାତ୍ର ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ।
ଉଲ୍ଲେଖନୀୟ ଯେ, ପରିବେଶ ନିୟମ ଉଲ୍ଲଂଘନ କରାଯାଇ ଖଣି ନିଲାମ ଦିଆଯିବା ସଂକ୍ରାନ୍ତ ମାଲାରେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ ଏଠାରେ ଖଣି ଖୋଳା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୪ ତାରିଖ ସୁଦ୍ଧା ଆବଶ୍ୟକ କାଗଜପତ୍ର ପ୍ରଦାନ କରିବାକୁ ଟ୍ରିବ୍ୟୁନାଲ ପକ୍ଷରୁ ପ୍ରଶାସନକୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରଶାସନିକ ଅଧିକାରୀଙ୍କ ଖଣି ଅଞ୍ଚଳ ପରିଦର୍ଶନ ଗୁରୁତ୍ୱ ରଖୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri