ଶାରୀଶୂଆ ପାହାଡରେ ସାଇଣ୍ଟଫିକ ଟିମ

ଖଇରା, ୨୪।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୭୭ ନମ୍ବର ତଥା ଅନ୍ୟାନ୍ୟ ଖଣି ଉପରେ କଟକ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ଚଢାଉର ୧୨ ଘଣ୍ଟା ନ ପୂରୁଣୁ ଆରଏଫଏସଏଲ(ବାଲେଶ୍ୱର ରିଜିଓନାଲ ଫରେନସିକ ସାଇନ୍ସ ଲାବୋରେଟୋରୀ) ଟିମ୍‌ ପୁନଶ୍ଚ ସୋମବାର ପ୍ରତ୍ୟୁଷରେ ଉକ୍ତ ଖଣିକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି । ସକାଳେ ଏହି ଟିମ୍‌ ଖଣିକୁ ଯାଇ କକୁର ସହାୟତାରେ ଖଣିଖନନ ସମ୍ବନ୍ଧୀୟ ବିଭିନ୍ନ ପରୀକ୍ଷା ନିରୀକ୍ଷା କରିଥିଲେ। ଖଇରା ତହସିଲଦାର ପ୍ରଦୀପ ସାହୁ ଉପସ୍ଥିତ ଥିଲେ । ଖଣିରେ ୱାଗନ ବ୍ଲାଷ୍ଟିଂ ପାଇଁ ବ୍ୟବହୃତ ତାର ଏବଂ ଅନ୍ୟାନ୍ୟ ସାମଗ୍ରୀକୁ ଜବତ କରିଥିଲେ। ପରେ ଏହି ଟିମ୍‌ ଖଇରା ଥାନାକୁ ଯାଇ ଆଇଆଇସି ସୁବ୍ରତ କୁମାର ବେହେରାଙ୍କ ସହ ଚଢାଉ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରିଥିଲେ। ଏ ସମ୍ପର୍କରେ ଆଇଆଇସି ବେହେରାଙ୍କ ସହ ଆଲୋଚନା ପରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ଙ୍କ ପକ୍ଷରୁ ଖଣି ଚଢାଉ ପରେ ଏକ ମାମଲା (ନଂ. ୪୧/୨୦) ରୁଜୁ କରାଯାଇଛି ଯାହାର ତଦନ୍ତ ଭାର ତାଙ୍କୁ ଅର୍ପଣ କରାଯାଇଛି । ଏହି ଟିମ୍‌ ପକ୍ଷରୁ ଖଣି ଅଞ୍ଚଳ ପରିଦର୍ଶନ ତଦନ୍ତର ଏକ ଅଂଶ ବୋଲି କହିଛନ୍ତି । ରବିବାର କ୍ରାଇମବ୍ରାଞ୍ଚ ଅତିରିକ୍ତ ଏସ୍‌ପି ତେଜରାଜ ପଟେଲଙ୍କ ନେତୃତ୍ୱରେ ଗଠିତ ଏସ୍‌ଟିଏଫ ପକ୍ଷରୁ ବେଆଇନ ଭାବେ ଚାଲିଥିବା ୭୭ନମ୍ବର ଖଣି ଉପରେ ଚଢାଉ କରାଯାଇ ୩ଟି ଗାଡି ଜବତ କରାଯିବା ସହ ୫ଜଣଙ୍କୁ ଗିରଫ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri