ଶାଳଗଣ୍ଡି ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୨ଗିରଫ

ଦେବଗଡ, ୫ା୫(ଡି.ଏନ.ଏ.)-ଦେବଗଡ ଜିଲା ରିଆମାଳ ଫରେଷ୍ଟ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନ ଅଧିନ ଛଲକ ଗ୍ରାମ ନିକଟ ଲକ୍ଷ୍ମୀପୁର ଜଙ୍ଗଲରୁ କାଟି ଶାଳଗଣ୍ଡି ଚାଲାଣ ବେଳେ ବନ ବିଭାଗ ହାତରେ ଧରାପଡିଛି। ପିକଅପ ଭ୍ୟାନ (ନଂ.ଓଆର -୧୯-ସି- ୭୨୨୦)ରେ ୪ଟି ଶାଳ ଗଣ୍ଡି ଚୋରଚାଲାଣ ହେଉଥିଲା। ଏହି ଘଟଣାରେ ୨ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଅନୁଗୋଳ ଜିଲା କଣିହଁା ଥାନା ଅନ୍ତର୍ଗତ ଡେରେଙ୍ଗ ଗ୍ରାମର ବିଭୂତି ଭୂଷଣ ସାହୁ(୪୦) ଓ ଲୋଧାଝରି ଗ୍ରାମର ବସନ୍ତ ନାଏକ (୩୮)। ଅଭିଯୁକ୍ତମାନଙ୍କ ନିକଟରୁ ଗୋଟିଏ ଇଲେକ୍ଟ୍ରିକ କଟର ମେଶିନ୍‌ ଓ ବାଇକ ଜବତ କରାଯାଇଛି। ଆଗାମୀ ଦିନରେ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ ବ୍ୟବସ୍ଥା କରାଯାଇ କାଠ ଚୋରଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବନଖଣ୍ଡ ଅଧିକାରୀ କ୍ଷମା ଷଢଙ୍ଗୀ କହିଛନ୍ତି ା ରିଆମାଳ ରେଞ୍ଜ ଅଫିସର ଭବାନୀ ଶଙ୍କର ଦାଶ, କୁଣ୍ଡେଇଗୋଳା ଫରେଷ୍ଟର ପ୍ରୀତମ କୁମାର ସାହୁ, ପଳସମା ଫରେଷ୍ଟର ପ୍ରଶାନ୍ତ କୁମାର ଶତପଥି,ନୂଆଁଡିହି ଫରେଷ୍ଟର ଗିରିଧାରୀ ପ୍ରଧାନ ଓ ବୁଢାପାଳ ବନରକ୍ଷୀ ଗୋପାଳକୃଷ୍ଣ ମହାକୁଳଙ୍କ ନେତୃତ୍ୱରେ ଏହି ଚଢାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପ୍ରାଣୀଧନ ଚିକିତ୍ସାଧିକାରୀ

ଦେବଗଡ଼,ରିଆମାଳ,୨୨ା୩( ଶଶାଙ୍କ ଶେଖର ଝାଙ୍କର/ନିରଞ୍ଜନ ବେହେରା):କୁକୁଡା ଫାର୍ମ ପାଇଁ ବିଦ୍ୟୁତ୍‌ ସଂଯୋଗ ଓ ସବ୍‌ସିଡି ପ୍ରଦାନ ପାଇଁ ଜଣେ ଚାଷୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା...

କଂଗ୍ରେସ ସାଧାରଣ ସମ୍ପାଦିକା ନିଯୁକ୍ତ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ମହିଳା କଂଗ୍ରେସର ବରିଷ୍ଠ ନେତ୍ରୀ ମିନତୀ ନାଏକ ପ୍ରଦେଶ ମହିଳା କଂଗ୍ରେସର ସାଧାରଣ ସମ୍ପାଦିକା ଭାବେ ନିଯୁକ୍ତ...

ମୋର ଟିକେଟ ଫାଇନାଲ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ଗୋଟିଏ ବିଧାନସଭା ନିର୍ବାଚନମଣ୍ଡଳୀ। ଏଠାରେ ସବୁ ଦଳରେ ଅନେକ ଟିକେଟ ଆଶାୟୀ ଅଛନ୍ତି। ତେବେ ଟିକେଟ କିଏ...

ସ୍ବାମୀ-ପୁଅଙ୍କୁ ଛାଡି ପ୍ରେମିକଙ୍କ ସହ ଯାଇଥିଲେ, ମାଟିତଳୁ ମିଳିଲା ମୃତଦେହ

ଦେବଗଡ,୫।୩: ସ୍ବାମୀ ଓ ପୁଅକୁ ଛାଡି ପ୍ରେମିକ ସହ ଫେରାର ହୋଇଥିଲେ। ହେଲେ ଯେଉଁ ପ୍ରେମିକଙ୍କ ହାତ ଧରି ଘରର ଏରୁଣ୍ଡି ଡେଇଁଥିଲେ, ସିଏ ସାଜିଲା...

ମାଟିତଳୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ: କୁକୁର ଟାଣିଟାଣି କାଢ଼ୁଥିଲା

ଦେବଗଡ଼,୨।୩(ଶଶାଙ୍କ ଶେଖର ଝାଙ୍କର): ମାଟି ତଳେ  ପୋତା ଯାଇଥିବା ମହିଳାଙ୍କ ଗଳିତ ମୃତଦେହ ଠାବ ହୋଇଛି। ତାଙ୍କୁ କେହି  ହତ୍ୟା କରିଥିବା  ସନ୍ଦେହ କରାଯାଉଛି। ଏଭଳି...

ଜଙ୍ଗଲ ଭିତରେ ନରକଙ୍କାଳ ଠାବ

ଦେଗଗଡ଼,୧୨ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା କାଉଁଶିବାହାଳ ଗାଁ ନିକଟ ଜଙ୍ଗଲ ଭିତରେ ସୋମବାର ଏକ ନରକଙ୍କାଳ ଠାବ କରାଯାଇଛି । ମଗରମୁହିଁ ହୁଲି ଜଙ୍ଗଲ...

ଲୁହାପଥର ଚୋରା ଚାଲାଣ କରୁଥିଲେ: ଧରାପଡ଼ିଲେ ପୋଲିସ କନଷ୍ଟେବଳ

ଦେବଗଡ଼,୯।୨(ଶଶାଙ୍କ ଶେଖର ଝାଙ୍କର): ଡେପୁଟି ଡାଇରେକ୍ଟର ଅଫ୍‌ ମାଇନ୍ସ ପକ୍ଷରୁ ଜବତ କରାଯାଇଥିବା ଲୁହାପଥର ଚାଲାଣ ବେଳେ ପୋଲିସ କନେଷ୍ଟବଳଙ୍କ ସହ ୪ଜଣ ଗିରଫ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri