ଅଲୋଡା ଶିଶୁକନ୍ୟା: ଅନ୍ଧାର ରାତିରେ ଚାଳିଆରୁ ଉଦ୍ଧାର ହେଲା ନବଜାତକ

ସଜନାଗଡ଼, ୮।୮(ଡି.ଏନ.ଏ.)-ଶିଶୁ କନ୍ୟା ପ୍ରତି ଘୃଣା ଭାବ ପୋଷଣ ନ କରିବା ପାଇଁ ବିଭିନ୍ନ ପ୍ରକାର ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ତାହା ସମ୍ପୂର୍ଣ୍ଣ ସଫଳ ହୋଇପାରିନି। ଏବେ ବି ଶିଶୁକନ୍ୟାକୁ ଅଲୋଡା ଭାବି ଅତି ନିର୍ଦ୍ଦୟ ଭାବେ ରାସ୍ତାକଡରେ ଛାଡି ଚାଲିଯିବାକୁ ପଛାଉନାହାନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧିନ ମହିଷାପଟା ଗ୍ରାମପଞ୍ଚାୟତ ଶାଳବଣି ଗ୍ରାମରେ। ବୁଧବାର ବିଳମ୍ବିତ ରାତିରେ କେହି ଅତି ନିର୍ଦ୍ଦୟ ଭାବେ ଅନ୍ଧାର ରାତିର ସୁଯୋଗ ନେଇ ଏକ ସଦ୍ୟଜାତ ଶିଶୁ କନ୍ୟାକୁ ଶାଳବଣି ଗ୍ରାମ ଛକ ନିକଟସ୍ଥ ଦୋକାନଘର ଚାଳିଆରେ ଛାଡ଼ି ପଳାଇଯାଇଥିଲେ। କନ୍ୟାର କାନ୍ଦ ଶୁଣି ସ୍ଥାନୀୟ ଅଞ୍ଚଳର ଆରତୀ ସିଂ ନାମ୍ନୀ ମହିଳା ଘଟଣାସ୍ଥଳକୁ ଆସି ଶିଶୁକନ୍ୟାକୁ ଉଦ୍ଧାର କରିଥିଲେ। ଉକ୍ତ ଶିଶୁକନ୍ୟା ଜୀବିତ ଥିବା ଜାଣିବା ପରେ ଆରତୀ ରାତିରେ ଗ୍ରାମବାସୀଙ୍କୁ ଜଣାଇଥିଲେ। ଗ୍ରାମବାସୀ ଚାଇଲ୍ଡ ଲାଇନ୍‌ ସଦସ୍ୟଙ୍କୁ ଫୋନ୍‌ କରିଥିଲେ ହେଁ ଯୋଗାଯୋଗ ହୋଇପାରି ନ ଥିଲା। ଶିଶୁକନ୍ୟା ଆରତୀଙ୍କ ପାଖରେ ଥିଲେ। ଆଶାକର୍ମୀ ଭାରତୀ ସିଂଙ୍କ ସହଯୋଗରେ ଶିଶୁକୁ ଗୁରୁବାର ଆମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri