ଶାଳୀ ବିବାହ ସ୍ଥିର ହୋଇଯିବାରୁ ଅଶ୍ଳୀଳ ଫଟୋ ଭାଇରାଲ ପାଇଁ ଧମକ ଦେଇ ଭିଣୋଇ ଗିରଫ

କଣ୍ଟାପଡା,୧୦।୧୨(ଡି.ଏନ୍‌.ଏ.): ଶାଳୀ ସହ ଘଟିଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଅଶ୍ଳୀଳ ଫଟୋକୁ ଭାଇରାଲ କରିଦେବାକୁ ଧମକ ଦେବା ଅଭିଯୋଗରେ ଓଲଟପୁର ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଏ ସଂକ୍ରାନ୍ତରେ ଓଲଟପୁର ଥାନାରେ ମାମଲା (ନଂ.୯୭/୧୯) ରୁଜୁ ହୋଇଛି। ଗିରଫ ଭିଣୋଇ ହେଲେ ପୁରୀ ଜିଲା ନିମାପଡା ଥାନା ଅନ୍ତର୍ଗତ ବାମନାଳ ଗ୍ରାମର ସୁରେଶ ଚନ୍ଦ୍ର ବେହେରା (୩୫)।

ସୂଚନାନୁଯାୟୀ, ସୁରେଶ ତାଙ୍କ ଶାଳୀକୁ ବୁଲାଇନେବା ବାହାନାରେ ତାଙ୍କ ଇଚ୍ଛା ବିରୋଧରେ ବଳାତ୍କାର କରିଆସୁଥିଲେ। ଏପରିକି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ କ୍ୟାମେରାରେ ଉଠାଇ ରଖୁଥିଲେ। ଘଟଣା ସମ୍ପର୍କରେ ବାହାରେ ପ୍ରକାଶ କଲେ ଫଟୋକୁ ଭାଇରାଲ କରିଦେବା ପାଇଁ ଧମକ ଦେଉଥିଲେ। ଇତିମଧ୍ୟରେ ଶାଳୀଙ୍କ ବିବାହ ଅନ୍ୟତ୍ର ଠିକ୍‌ ହୋଇଯିବା ପରେ ଏଥିରେ ରାଗିଯାଇ ସୁରେଶ କେତେକ ଫଟୋକୁ ସମ୍ପର୍କୀୟ ଭାଇଙ୍କ ହ୍ବାଟ୍ସଆପ୍‌କୁ ପଠାଇଥିଲେ। ଏପରିକି ଏହାକୁ ଭାଇରାଲ କରିଦେବାକୁ ଧମକ ଦେଇଥିଲେ। ଏନେଇ ଶାଳୀ ଓଲଟପୁର ଥାନାରେ ଏତଲା ଦେବା ପରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ବାମନାଳରୁ ଗିରଫ କରିଥିଲେ। ଉଭୟଙ୍କ ଡାକ୍ତରୀ ମାଇନା ପରେ ମଙ୍ଗଳବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri