ଶାଶୁଙ୍କୁ ବୋହୂ ମାଡ଼ ମାରିବା ଘଟଣା: ଥାନାରେ ସମାଧାନ ହେଲା ମାମଲା

ପରଜଙ୍ଗ, ୧୦।୮(ଡି.ଏନ୍‌.ଏ.) – ଢେଙ୍କାନାଳ ପରଜଙ୍ଗ ଥାନା ଗେହ୍ଲେଇକାଟେଣୀ ଗ୍ରାମର ବୃଦ୍ଧା ପାରେଇ ନାୟକଙ୍କୁ ବୋହୂ ସବିତା ଗଁା ଦାଣ୍ଡରେ ମାଡ଼ ମାରୁଥିବା ଭିଡ଼ିଓ ଭାଇରାଲ ହୋଇଥିଲ। ଶୁକ୍ରବାର ଥାନାରେ ଆପୋସ ବୁଝାମଣା ମାଧ୍ୟମରେ ମାମଲାର ସମାଧାନ ହୋଇଛି। ଏଣିକି ଶାଶୁ-ବୋହୂ ଏକାଠି ଚଳିବେ ବୋଲି ପ୍ରତିଶ୍ରୁତି ଦେବାପରେ ବିବାଦରେ ଯବନିକା ପଡ଼ିଛି।
ବୃଦ୍ଧାଙ୍କୁ ନିର୍ଯାତନା ଦିଆଯାଉଥିବାର ଭିଡିଓ ଭାଇରାଲ ହେବା ସତ୍ତ୍ୱେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା। ନାମକୁ ମାତ୍ର ଚିକିତ୍ସା କରାଇ ଦାୟିତ୍ୱ ସାରିଦେଇଥିଲା। ଗଣମାଧ୍ୟମରେ ଘଟଣା ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ସମାଲୋଚନାର ଶିକାର ହୋଇଥିଲା ପୋଲିସ। ଦାୟିତ୍ୱହୀନତାର ଦାଗ ଧୋଇବାକୁ ଶୁକ୍ରବାର ପୋଲିସ କର୍ମଚାରୀ ଶାଶୁ ଏବଂ ବୋହୂଙ୍କୁ ଘରୁ ଉଠାଇ ଆଣିଥିଲେ। ପାରେଇଙ୍କ ଅଭିଯୋଗକ୍ରମେ ନଂ. ୨୧୩/୧୯ ମାମଲା ରୁଜୁ କରାଯାଇଥିଲା।
ତଦନ୍ତରୁ ଜଣାପଡ଼ିଛି, ପାରେଇ ପଡ଼ୋଶୀଙ୍କ ଘରୁ ତରକାରି ମାଗି ଆଣିଥିଲେ। ଏହାକୁ ନେଇ ସବିତା ଶାଶୁଙ୍କୁ ତାଗିଦ୍‌ କରିଥିଲେ। ଏ ନେଇ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସବିତା ଶାଶୁଙ୍କୁ ପିଟିଥିବା ସ୍ବୀକାର କରିଛନ୍ତି। ଏପରି ଘଟଣାର ପୁନରାବୃତ୍ତି ଆଗକୁ କେବେ ହେବନାହିଁ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ପାରେଇ ମଧ୍ୟ ଅନ୍ୟ କାହା ଘରୁ କୌଣସି ଖାଦ୍ୟ ପଦାର୍ଥ ମାଗି ଆଣିବେନି ବୋଲି କହିଛନ୍ତି। ହେଲେ ବୋହୂ ଯେପରି ନିର୍ଯାତନା ନ ଦିଏ, ତାହା ସୁନିଶ୍ଚିତ କରିବାକୁ ସେ ପୋଲିସ ନିକଟରେ ଗୁହାରି କରିଥିଲେ। ଏଣିକି ପରିବାରରେ କୌଣସି ବିଶୃଙ୍ଖଳା ହେବନାହିଁ ବୋଲି ପୁଅ ଲଛମନ ଲିଖିତ ପ୍ରତିଶ୍ରୁତି ଦେଇଛନ୍ତି। ଏହାପରେ ୪୧ ସିଆର୍‌ପିସିରେ ସବିତାଙ୍କୁ ଜାମିନରେ ଛାଡ଼ି ଦିଆଯାଇଥିବା ଥାନାଧିକାରୀ ଆନନ୍ଦ ଡୁଙ୍ଗ୍‌ଡୁଙ୍ଗ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri