ଶାଶୁଙ୍କୁ ବୋହୂ ମାଡ଼ ମାରିବା ଘଟଣା: ଥାନାରେ ସମାଧାନ ହେଲା ମାମଲା

ପରଜଙ୍ଗ, ୧୦।୮(ଡି.ଏନ୍‌.ଏ.) – ଢେଙ୍କାନାଳ ପରଜଙ୍ଗ ଥାନା ଗେହ୍ଲେଇକାଟେଣୀ ଗ୍ରାମର ବୃଦ୍ଧା ପାରେଇ ନାୟକଙ୍କୁ ବୋହୂ ସବିତା ଗଁା ଦାଣ୍ଡରେ ମାଡ଼ ମାରୁଥିବା ଭିଡ଼ିଓ ଭାଇରାଲ ହୋଇଥିଲ। ଶୁକ୍ରବାର ଥାନାରେ ଆପୋସ ବୁଝାମଣା ମାଧ୍ୟମରେ ମାମଲାର ସମାଧାନ ହୋଇଛି। ଏଣିକି ଶାଶୁ-ବୋହୂ ଏକାଠି ଚଳିବେ ବୋଲି ପ୍ରତିଶ୍ରୁତି ଦେବାପରେ ବିବାଦରେ ଯବନିକା ପଡ଼ିଛି।
ବୃଦ୍ଧାଙ୍କୁ ନିର୍ଯାତନା ଦିଆଯାଉଥିବାର ଭିଡିଓ ଭାଇରାଲ ହେବା ସତ୍ତ୍ୱେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା। ନାମକୁ ମାତ୍ର ଚିକିତ୍ସା କରାଇ ଦାୟିତ୍ୱ ସାରିଦେଇଥିଲା। ଗଣମାଧ୍ୟମରେ ଘଟଣା ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ସମାଲୋଚନାର ଶିକାର ହୋଇଥିଲା ପୋଲିସ। ଦାୟିତ୍ୱହୀନତାର ଦାଗ ଧୋଇବାକୁ ଶୁକ୍ରବାର ପୋଲିସ କର୍ମଚାରୀ ଶାଶୁ ଏବଂ ବୋହୂଙ୍କୁ ଘରୁ ଉଠାଇ ଆଣିଥିଲେ। ପାରେଇଙ୍କ ଅଭିଯୋଗକ୍ରମେ ନଂ. ୨୧୩/୧୯ ମାମଲା ରୁଜୁ କରାଯାଇଥିଲା।
ତଦନ୍ତରୁ ଜଣାପଡ଼ିଛି, ପାରେଇ ପଡ଼ୋଶୀଙ୍କ ଘରୁ ତରକାରି ମାଗି ଆଣିଥିଲେ। ଏହାକୁ ନେଇ ସବିତା ଶାଶୁଙ୍କୁ ତାଗିଦ୍‌ କରିଥିଲେ। ଏ ନେଇ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସବିତା ଶାଶୁଙ୍କୁ ପିଟିଥିବା ସ୍ବୀକାର କରିଛନ୍ତି। ଏପରି ଘଟଣାର ପୁନରାବୃତ୍ତି ଆଗକୁ କେବେ ହେବନାହିଁ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ପାରେଇ ମଧ୍ୟ ଅନ୍ୟ କାହା ଘରୁ କୌଣସି ଖାଦ୍ୟ ପଦାର୍ଥ ମାଗି ଆଣିବେନି ବୋଲି କହିଛନ୍ତି। ହେଲେ ବୋହୂ ଯେପରି ନିର୍ଯାତନା ନ ଦିଏ, ତାହା ସୁନିଶ୍ଚିତ କରିବାକୁ ସେ ପୋଲିସ ନିକଟରେ ଗୁହାରି କରିଥିଲେ। ଏଣିକି ପରିବାରରେ କୌଣସି ବିଶୃଙ୍ଖଳା ହେବନାହିଁ ବୋଲି ପୁଅ ଲଛମନ ଲିଖିତ ପ୍ରତିଶ୍ରୁତି ଦେଇଛନ୍ତି। ଏହାପରେ ୪୧ ସିଆର୍‌ପିସିରେ ସବିତାଙ୍କୁ ଜାମିନରେ ଛାଡ଼ି ଦିଆଯାଇଥିବା ଥାନାଧିକାରୀ ଆନନ୍ଦ ଡୁଙ୍ଗ୍‌ଡୁଙ୍ଗ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri