ଶାସ୍ତ୍ରୀ ପରୀକ୍ଷା ଫଳ ପ୍ରକାଶିତ: ସାହିତ୍ୟ ସମ୍ମାନରେ ଅନୁପମା ଟପ୍ପର

ଖଇରା, ୩୦।୫(ଡି.ଏନ.ଏ.)-ପୁରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ଉପଶାସ୍ତ୍ରୀ ଓ ଶାସ୍ତ୍ରୀ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଶାସ୍ତ୍ରୀ (+୩)ରେ ଖଇରା ବ୍ଲକ ଅଧୀନ ଅଲିପୁର ଶ୍ୟାମରାଈ ସଂସ୍କୃତ ମହାବିଦ୍ୟାଳୟ ଶେଷବର୍ଷ ଛାତ୍ରୀ ଅନୁପମା ମହାରଣା ସାହିତ୍ୟ ସମ୍ମାନରେ ଟପ୍ପର ହୋଇଛନ୍ତି। ସେ ୨୧ଶହ ନମ୍ବରରୁ ୧୩୮୪ନମ୍ବର ରଖି ଏହି ଯୋଗ୍ୟତା ହାସଲ କରିଛନ୍ତି। ଅନୁପମା କୁହନ୍ତି, ସେ ସକାଳ ଓ ରାତିରେ ପଢ଼ାପଢ଼ି କରୁଥିଲେ। ଆର୍ଥତ୍କ ପରିସ୍ଥିତି ସ୍ବଚ୍ଛଳ ନ ଥିବାରୁ ସନ୍ଧ୍ୟାରେ ତୃତୀୟ ଓ ଚତୁର୍ଥଶ୍ରେଣୀ ପିଲାଙ୍କୁ ଟ୍ୟୁଶନ କରୁଥିଲେ। ଭବିଷ୍ୟତରେ ଜଣେ ସଫଳ ଶିକ୍ଷକ ହେବା ପାଇଁ ସେ ଲକ୍ଷ୍ୟ ରଖିଥିବା କହିଛନ୍ତି। ଅଧ୍ୟାପକ ଉମାକାନ୍ତ ନାୟକ ତାଙ୍କୁ ପ୍ରତ୍ୟେକ ବିଷୟରେ ଗାଇଡ଼୍‌ କରୁଥିଲେ। ଏଣୁ ସଫଳତାର ମୁଖ୍ୟ ଶ୍ରେୟ ଅଧ୍ୟାପକ ନାୟକଙ୍କୁ ଦେଇଛନ୍ତି। ଏହାସହ ବାପା ନିରଞ୍ଜନ ମହାରଣା, ମା’ ନିରୁପମା ତଥା ଅନ୍ୟ ଅଧ୍ୟାପିକା ଓ ଅଧ୍ୟାପକଙ୍କ ଆଶୀର୍ବାଦରୁ ଏହି ସଫଳତା ମିଳିଥିବା ସେ କହିଛନ୍ତି। ପାଠପଢ଼ା ସହ ସଂସ୍କୃତରେ ବକ୍ତୃତା ଦେବାକୁ ସେ ପସନ୍ଦ କରିଥାନ୍ତି। ଖଇରା ବ୍ଲକ ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମର ଅନୁପମାଙ୍କ ବାପା ନିରଞ୍ଜନ ବଢ଼େଇ କାଠ କାମ କରି ଜୀବିକାନିର୍ବାହ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌...

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri