ଶାସ୍ତ୍ରୀ ପରୀକ୍ଷା ଫଳ ପ୍ରକାଶିତ: ସାହିତ୍ୟ ସମ୍ମାନରେ ଅନୁପମା ଟପ୍ପର

ଖଇରା, ୩୦।୫(ଡି.ଏନ.ଏ.)-ପୁରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ଉପଶାସ୍ତ୍ରୀ ଓ ଶାସ୍ତ୍ରୀ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଶାସ୍ତ୍ରୀ (+୩)ରେ ଖଇରା ବ୍ଲକ ଅଧୀନ ଅଲିପୁର ଶ୍ୟାମରାଈ ସଂସ୍କୃତ ମହାବିଦ୍ୟାଳୟ ଶେଷବର୍ଷ ଛାତ୍ରୀ ଅନୁପମା ମହାରଣା ସାହିତ୍ୟ ସମ୍ମାନରେ ଟପ୍ପର ହୋଇଛନ୍ତି। ସେ ୨୧ଶହ ନମ୍ବରରୁ ୧୩୮୪ନମ୍ବର ରଖି ଏହି ଯୋଗ୍ୟତା ହାସଲ କରିଛନ୍ତି। ଅନୁପମା କୁହନ୍ତି, ସେ ସକାଳ ଓ ରାତିରେ ପଢ଼ାପଢ଼ି କରୁଥିଲେ। ଆର୍ଥତ୍କ ପରିସ୍ଥିତି ସ୍ବଚ୍ଛଳ ନ ଥିବାରୁ ସନ୍ଧ୍ୟାରେ ତୃତୀୟ ଓ ଚତୁର୍ଥଶ୍ରେଣୀ ପିଲାଙ୍କୁ ଟ୍ୟୁଶନ କରୁଥିଲେ। ଭବିଷ୍ୟତରେ ଜଣେ ସଫଳ ଶିକ୍ଷକ ହେବା ପାଇଁ ସେ ଲକ୍ଷ୍ୟ ରଖିଥିବା କହିଛନ୍ତି। ଅଧ୍ୟାପକ ଉମାକାନ୍ତ ନାୟକ ତାଙ୍କୁ ପ୍ରତ୍ୟେକ ବିଷୟରେ ଗାଇଡ଼୍‌ କରୁଥିଲେ। ଏଣୁ ସଫଳତାର ମୁଖ୍ୟ ଶ୍ରେୟ ଅଧ୍ୟାପକ ନାୟକଙ୍କୁ ଦେଇଛନ୍ତି। ଏହାସହ ବାପା ନିରଞ୍ଜନ ମହାରଣା, ମା’ ନିରୁପମା ତଥା ଅନ୍ୟ ଅଧ୍ୟାପିକା ଓ ଅଧ୍ୟାପକଙ୍କ ଆଶୀର୍ବାଦରୁ ଏହି ସଫଳତା ମିଳିଥିବା ସେ କହିଛନ୍ତି। ପାଠପଢ଼ା ସହ ସଂସ୍କୃତରେ ବକ୍ତୃତା ଦେବାକୁ ସେ ପସନ୍ଦ କରିଥାନ୍ତି। ଖଇରା ବ୍ଲକ ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମର ଅନୁପମାଙ୍କ ବାପା ନିରଞ୍ଜନ ବଢ଼େଇ କାଠ କାମ କରି ଜୀବିକାନିର୍ବାହ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri