Posted inଜାତୀୟ

ଶାହଙ୍କ ଡିନର୍‌ ପାର୍ଟି

ନୂଆଦିଲ୍ଲୀ,୨୨ା୫: ସାଧାରଣ ନିର୍ବାଚନର ଫଳାଫଳକୁ ନେଇ ଭବିଷ୍ୟବାଣୀ କରିଥିବା ୧୪ ଏକ୍‌ଜିଟ୍‌ ପୋଲ ମଧ୍ୟରୁ ୧୨ଟି ଏନ୍‌ଡିଏ ସପକ୍ଷରେ ଜନମତ ରହିଥିବା କହିଛନ୍ତି। ଏଭଳି ସମୟରେ ସରକାର ଗଠନ ପାଇଁ ମେଣ୍ଟ ରଣନୀତି ସ୍ଥିର କରିବା ଲାଗି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମଙ୍ଗଳବାର ନୂଆଦିଲ୍ଲୀର ଏକ ହୋଟେଲରେ ନୈଶଭୋଜିର ଆୟୋଜନ କରିଥିଲେ। ଏଥିରେ ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇ.କେ. ପାଲାନିସାମୀଙ୍କ ସମେତ ୩୬ ସହଯୋଗୀ ଦଳର ନେତା ଯୋଗଦେଇଥିଲେ। ୨୦୧୯ ସାଧାରଣ ନିର୍ବାଚନକୁ ଦେଶ ପାଇଁ ଅତ୍ୟନ୍ତ ନିର୍ଣ୍ଣାୟକ ବୋଲି ଅଭିହିତ କରିବା ସହ ୨୦୨୨ ସୁଦ୍ଧା ଏକ ଶକ୍ତ, ବିକଶିତ ଓ ସମୃଦ୍ଧ ଭାରତ ଗଠନ ଲାଗି ସଂକଳ୍ପନାମା ଏଥିରେ ଗୃହୀତ ହୋଇଛି। ଏଲ୍‌ଜେପି ଅଧ୍ୟକ୍ଷ ତଥା କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନ ଏହି ସଂକଳ୍ପନାମା ଆଗତ କରିଥିଲେ। ଇଭିଏମ୍‌କୁ ନେଇ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଉଠାଯାଉଥିବା ପ୍ରଶ୍ନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଅନାବଶ୍ୟକ ବିବାଦ’ ବୋଲି ଅସନ୍ତୋଷ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri