Posted inଜାତୀୟ

ଶାହାଙ୍କ ଭର୍ଚୁଆଲ ରାଲିକୁ ବିରୋଧ କରି ଥାଳି ବଜାଇଲେ ଆର୍‌ଜେଡି ନେତା

ପାଟନା,୭।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଭର୍ଚୁଆଲ ରାଲିକୁ ବିରୋଧ କରି ରବିବାର ବିହାରରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ନେତା ରାବ୍ରୀ ଦେବୀ, ତେଜସ୍ବୀ ଯାଦବ ଓ ତେଜପ୍ରତାପ ଯାଦବ ଥାଳି ବଜାଇଛନ୍ତି। ସାମାଜିକ ଦୂରତା ରକ୍ଷା କରି ଓ ମାସ୍କ ପିନ୍ଧି ଏମାନେ କେତେଜଣ କର୍ମୀଙ୍କ ସହ ମିଶି ଥାଳି ବଜାଇଛନ୍ତି। ଅନ୍ୟପଟେ ଜନତା ଦଳ ୟୁନାଇଟେଡ(ଜେଡିୟୁ)ର କେତେଜଣ ଯୁବକର୍ମୀ ଆର୍‌ଜେଡିର ‘ଗରିବ ଅଧିକାର ଦିବସ’କୁ ବିରୋଧ କରିଛନ୍ତି। ସୂଚନାଯୋଗ୍ୟ, ଭାରତୀୟ ଜନତା ପାର୍ଟି(ଭାଜପା)ର ବିହାର ଅଧ୍ୟକ୍ଷ ସଞ୍ଜୟ ଜୟଶଓ୍ବାଲ ପୂର୍ବରୁ ସୂଚନା ଦେଇଥିଲେ କି ଭାରତର ପ୍ରଥମ ଭର୍ଚୁଆଲ ରାଲି ଜୁନ୍‌ ୭ ଅପରାହ୍ନ ୪ଟାରେ ଅମିତ ଶାହା ଆୟୋଜନ କରିବେ। ତେବେ ଏହା କୌଣସି ନୂଆ ରାଲି ନୁହେଁ ବରଂ ୨୦୧୪ ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଥ୍ରୀଡି ମିଡିୟମରେ ବୈଠକର ଆୟୋଜନ କରିଥିଲେ। ତେଣୁ ଶାହାଙ୍କର ଏହା ଏକ ସାଧାରଣ ଲାରି ବୋଲି କହିଛନ୍ତି ଜୟଶଓ୍ବାଲ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri