ଶାହାଙ୍କ ଶ୍ରୀମନ୍ଦିର ଗସ୍ତବେଳେ ସୁରକ୍ଷା ଢିଲା: ବାଇଶି ପାହାଚରେ ଫଟୋ ଉଠାଇ ଧରାପଡ଼ିଲେ ଯୁବକ

ପୁରୀ ଅଫିସ, ୧।୩: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଶ୍ରୀମନ୍ଦିର ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଛି ପ୍ରଶ୍ନ। ଜଣେ ଯୁବକ ବାଇଶି ପାହାଚରେ ଶାହାଙ୍କ ଫଟୋ ଉଠାଇ ଧରାପଡ଼ିବା ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି। ଶାହା ମହାପ୍ରଭୁ ଦର୍ଶନ ପାଇଁ ଆସୁଥିବାରୁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା। ବାହାରେ ମଧ୍ୟ ମାଳ ମାଳ ପୋଲିସ କର୍ମଚାରୀ ଥିଲେ। ହେଲେ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ ଚକ୍‌ମା ଦେଇ ଜଣେ ଯୁବକ ମନ୍ଦିର ଭିତରକୁ ମୋବାଇଲ ଫୋନ ନେବା ପୋଲିସର ଦକ୍ଷତା ପ୍ରତି ଅଙ୍ଗୁଳି ଉଠାଇଛି।

ଶ୍ରୀମନ୍ଦିର ଉପରେ ଆତଙ୍କବାଦୀଙ୍କ ନଜର ରହିଛି। ଏ ନେଇ ଗୋଇନ୍ଦା ବିଭାଗ ବିଭିନ୍ନ ସମୟରେ ରିପୋର୍ଟ ଦେଇଆସୁଛି। ଏହାକୁ ନଜରରେ ରଖି ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି। ପ୍ରତି ଦ୍ୱାରରେ ମେଟାଲ ଡିଟେକ୍ଟର ସାଙ୍ଗକୁ ପୋଲିସ କର୍ମଚାରୀ ମୁତୟନ ରହୁଛନ୍ତି। ଭକ୍ତଙ୍କୁ ଯାଞ୍ଚ କରି ଭିତରକୁ ଛଡ଼ାଯାଉଛି। ସମ୍ଭାବ୍ୟ ଆଶଙ୍କା କରି ଗତ କିଛିବର୍ଷ ହେଲା ଜାତୀୟ ସୁରକ୍ଷା ବାହିନୀ (ଏନ୍‌ଏସ୍‌ଜି) ଶ୍ରୀମନ୍ଦିରକୁ ଆସି ସୁରକ୍ଷା ବ୍ୟବସ୍ଥା ମଧ୍ୟ ଯାଞ୍ଚ କରୁଛନ୍ତି। ଏସବୁ ସତ୍ତ୍ବେ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥା ଯେ କେତେ ବିପନ୍ନ ଉପରୋକ୍ତ ଘଟଣା ଏହାକୁ ସ୍ପଷ୍ଟ କରୁଛି। ଶନିବାର ସକାଳେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ମହାପ୍ରଭୁଙ୍କ ଦର୍ଶନ ପାଇଁ ଯିବାବେଳେ ବାଇଶି ପାହାଚରେ ଜଣେ ଯୁବକ ମୋବାଇଲରେ ତାଙ୍କ ଫଟୋ ଉଠାଉଥିଲେ। ଏହି ସମୟରେ ଜଣେ ପୋଲିସ କର୍ମଚାରୀ ଏହା ଦେଖିପାରି ସମ୍ପୃକ୍ତ ଯୁବକଙ୍କୁ କାବୁ କରି ନେଇଥିଲେ। ତାଙ୍କ ମୋବାଇଲ ଜବତ କରିବା ସହ ତାଙ୍କୁ ଅଟକ ରଖିଥିଲେ। ସମ୍ପୃକ୍ତ ଯୁବକଙ୍କ ପରିଚୟ ଜଣାପଡି ନ ଥିବାବେଳେ ଏହି ଘଟଣାକୁ ପୋଲିସ ଏଡ଼ାଇଦେବାକୁ ଚେଷ୍ଟା କରିଛି। ଖୋଦ୍‌ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଗସ୍ତବେଳେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଏବେ ପୁରୀ ପୋଲିସର ଦକ୍ଷତାକୁ ନେଇ ସବୁଠି ଚର୍ଚ୍ଚା ହେଉଛି।

ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ ନେବା ଉପରେ କଡ଼ା କଟକଣା ରହିଛି। କିନ୍ତୁ ଏହି କଟକଣାକୁ ଅନେକେ ମାନୁନାହାନ୍ତି। ବିଭିନ୍ନ ସମୟରେ ଭକ୍ତ ମନ୍ଦିର ଭିତରକୁ ମୋବାଇଲ ଫୋନ ନେଇ ଭିଡିଓ ଏବଂ ଫଟୋ ଉଠାଉଛନ୍ତି। ଏହାଦ୍ୱାରା ଶ୍ରୀମନ୍ଦିରର ଅନେକ ଗୁପ୍ତ ତଥ୍ୟ ବାହାରକୁ ଆସୁଛି। ବାରମ୍ବାର ଏଭଳି ଘଟଣା ଘଟୁଥିଲେ ମଧ୍ୟ ପୋଲିସ ଏଥିରେ ରୋକ୍‌ ଲଗାଇ ପାରୁନାହିଁ। ଗତ ୨୬ ତାରିଖରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିରକୁ ଆସିଥିବାବେଳେ ସମାନ ପ୍ରକାର ଦୃଶ୍ୟ ଦେଖିବାକୁ ମିଳିଥିଲା। ଜଣେ ଯୁବକ ଆନନ୍ଦ ବଜାର ଭିତରେ ମେଘନାଦ ପାଚେରି କଡ଼ରେ ଠିଆହୋଇ ମୋବାଇଲରେ କଥା ହେଉଥିଲେ। ଶନିବାର ଶାହାଙ୍କ ଗସ୍ତ ବେଳେ ବି ମୋବାଇଲ ଫୋନ ଭିତରକୁ ଯାଇଥିବା ସ୍ପଷ୍ଟ ହୋଇଛି। ତେବେ ଏଠାରେ ପ୍ରଶ୍ନ ଉଠୁଛି ଯଦି ଭିଭିଆଇପି ଆସିବା ସମୟରେ ମୋବାଇଲ ଫୋନକୁ କେହି ଭିତରକୁ ନେଇପାରୁଛନ୍ତି ତେବେ ଅନ୍ୟ କିଛି ସାମଗ୍ରୀ ନେଇପାରିବେ ନାହିଁ କାହିଁକି? କୌଣସି ମନ୍ଦ ଉଦ୍ଦେଶ୍ୟ ରଖି ଅନ୍ୟ କେହି କିଛି ଘଟାଇବା ସମ୍ଭାବନାକୁ ବି ଏଡ଼ାଇ ଦିଆଯାଇ ନ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri