Posted inଜାତୀୟ

ଶାହା-ମମତା ବାକ୍‌ଯୁଦ୍ଧ

କୋଲକାତା, ୧୦ା୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସାକାଣ୍ଡକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଛି। ଶାହା ମଙ୍ଗଳବାର ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ମୁଖ୍ୟ ମମତା ବାନାର୍ଜୀଙ୍କ ଉପରେ ଜୋର୍‌ଦାର ବର୍ଷିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଭାଜପା ଲୋକଙ୍କ ମନରୁ ଭୟ ଦୂରକରିବା ଲାଗି ପ୍ରଭାବ ବିସ୍ତାର କରିବାକୁ ଚାହୁଁଛି। ଏଠାରେ ପ୍ରତିହିଂସାମୂଳକ ରାଜନୀତି ଦେଖିବାକୁ ମିଳୁଛି। ଭାଜପାର ଭର୍ଚୁଆଲ ଜନ ସମ୍ବାଦ ରାଲିରେ ଶାହା କହିଛନ୍ତି, ପଶ୍ଚିମବଙ୍ଗରେ ଗରିବଙ୍କ ଲାଗି ଉଦ୍ଦିଷ୍ଟ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ଯୋଜନା କାର୍ଯ୍ୟକାରୀ କରାଯାଉନାହିଁ। ଏଠାକାର ସରକାର ନାଗରିକତ୍ୱ ସଂଶୋଧନ ବିଲ୍‌କୁ ବିରୋଧ କରି ଲୋକମାନଙ୍କୁ ରାଜନୈତିକ ଶରଣାର୍ଥୀ ଭାବେ ଦେଖିବାକୁ ଚାହୁଁଛି। ମୋଦି ସରକାର ଦେଶ ଲାଗି ବଡ଼ ବଡ଼ ପଦକ୍ଷେପ ଗ୍ରହଣ କରୁଛନ୍ତି। ଦେଶର ସୁରକ୍ଷା ଓ ଲୋକଙ୍କ ହିତ ଲାଗି ବିଭିନ୍ନ ଯୋଜନା କରିଛନ୍ତି। ହେଲେ ଏଠାକାର ସରକାର ଦୁର୍ନୀତିକୁ ପ୍ରଶ୍ରୟ ଦେଇ ଚାଲିଛନ୍ତି। ପ୍ରବାସୀ ଶ୍ରମିକଙ୍କ ଉଦ୍ଧାର ଲାଗି ସେମାନଙ୍କୁ ଶ୍ରମିକ ସ୍ପେଶାଲ ଟ୍ରେନରେ ଅଣାଯାଇଥିବା ବେଳେ ମମତା ସେମାନଙ୍କୁ ଅପମାନିତ କରିଛନ୍ତି, ସେଇମାନେ ହିଁ ତାଙ୍କୁ ବାହାରିଯିବାର ରାସ୍ତା ଦେଖାଇବେ ବୋଲି ଶାହା କହିଛନ୍ତି।
ଅପରପକ୍ଷରେ ମମତା ଏହାର ଜବାବରେ ଶାହାଙ୍କୁ ସମାଲୋଚନା କରି ଭାରତକୁ ବିପଦରେ ପକାଇଥିବା କହିଛନ୍ତି। ଭାଜପା ସମର୍ଥକ ବିଦ୍ୟାସାଗରଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଥିବା ବେଳେ ଆମେ ଏହାକୁ ପୁନଃ ଅବସ୍ଥାପିତ କରିଛୁ। ଲୋକଙ୍କମାନଙ୍କ ବିକାଶକୁ ରାଜ୍ୟ ସରକାର ସବୁବେଳେ ଗୁରୁତ୍ୱ ଦେଇଆସିଛନ୍ତି। ଶାନ୍ତି ଓ ସୌହାର୍ଦ୍ଦ୍ୟ ମଧ୍ୟରେ ସମସ୍ତଙ୍କ ରହିବାର ଅଧିକାର ଅଛି। ରାଜନୀତି ନାଁରେ ଲୋକଙ୍କ ଅସୁବିଧାକୁ ଅଣଦେଖା କରାଯାଇ ପାରିବନାହିଁ କି ଦେଶକୁ ବିପଦ ମୁହଁକୁ ଠେଲାଯାଇପାରିବ ନାହିଁ ବୋଲି ମମତା ଟୁଇଟ୍‌ କରି ଜଣାଇଛନ୍ତି। ପ୍ରକାଶଥାଉ କି, ପୂର୍ବରୁ ମଧ୍ୟ ଶାହା-ମମତାଙ୍କ ରାଜନୈତିକ ବାକ୍‌ଯୁଦ୍ଧ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ଗତ ନିର୍ବାଚନରେ ପଶ୍ଚିମବଙ୍ଗରେ ଭାଜପା ଶକ୍ତିବୃଦ୍ଧି କରିଥିବା ବେଳେ ଟିଏମ୍‌ସି ସରକାରକୁ ଶାହାଙ୍କ ସମାଲୋଚନା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri