ଶିକ୍ଷକଙ୍କୁ ଛାତ୍ର ମସାଜ୍‌ କରୁଥିବା ଭିଡିଓ ଭାଇରାଲ୍‌

ବାରିପଦା ଅଫିସ,୨୪ା୧- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ଏକ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମସାଜ କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌ ହୋଇଛି। ଭିଡିଓଟି କେବେକାର ଜଣାପଡି ନାହିଁ। ତେବେ ବିଦ୍ୟାଳୟ ଛାତ୍ରାବାସରେ ଶିକ୍ଷକ ଜଣକ ଏକ ଦଉଡି ଖଟିଆରେ ଶୋଇଥିବା ବେଳେ ୩ ଜଣ ଛାତ୍ର ତାଙ୍କ ମୁଣ୍ଡ, ହାତ ଓ ଗୋଡ଼ ମସାଜ କରୁଥିବା ଏଥିରେ ଦେଖିବାକୁ ମିଳିଛି। ଘଟଣା ପ୍ରଘଟ ହେବାପରେ ବିଭାଗୀୟ ଅଧିକାରୀ ତଦନ୍ତ ଆରମ୍ଭ କରିଛନ୍ତି। ଏନେଇ ଶିକ୍ଷା ବିଭାଗ କର୍ତ୍ତୃପକ୍ଷଙ୍କ କୌଣସି ମତାମତ ମିଳିପାରି ନାହିଁ । ଅନ୍ୟପକ୍ଷେ ଉକ୍ତ ବିଦ୍ୟାଳୟର ଜଣେ ଶିକ୍ଷକ ନିଜ ନାମ ଗୋପନ ରଖି କହିଛନ୍ତି ଯେ, ବିଦ୍ୟାଳୟ ଓ ହଷ୍ଟେଲର ମଧ୍ୟାହ୍ନଭୋଜନ ଦାୟିତ୍ୱରେ ଜଣେ ଶିକ୍ଷକ ଥିଲେ। ସେ ଅନିୟମିତତା କରିବାରୁ ତାଙ୍କୁ ଏହି ଦାୟିତ୍ୱରୁ ଅପସାରିତ କରାଯାଇଥିଲା । ଫଳରେ ସେ ପ୍ରତିଶୋଧ ପରାୟଣ ହୋଇ ଭିଡିଓ ଭାଇରାଲ କରିଛନ୍ତି। ଏହି ଭିଡିଓ ପ୍ରାୟ ୨ ବର୍ଷ ପୁରୁଣା । ସେହି ଦିନ ସମ୍ପୃକ୍ତ ଶିକ୍ଷକଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ନ ଥିଲା । ଛାତ୍ର ଓ ଅନ୍ୟ ଶିକ୍ଷକମାନେ ଉପସ୍ଥିତ ରହି ତାଙ୍କୁ ସେବା ଶୁଶ୍ରୂଷା କରୁଥିଲେ ବୋଲି କହିଛନ୍ତି। ଏହି ଭିଡିଓ ଭାଇରାଲ୍‌ କରି ବିଦ୍ୟାଳୟକୁ ବଦନାମ କରିଥିବା ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ବିଦ୍ୟାଳୟ ପରିଚାଳନା ସମିତି ଥାନାରେ ଅଭିଯୋଗ କରିବ ବୋଲି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୨ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri