ଶିକ୍ଷକଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୦ା୨-ଏକ ସ୍କୁଲ ଘର ନିର୍ମାଣ କାମରେ ଅର୍ଥ ତୋଷାରପାତ ମାମଲାର ବିଚାର କରି ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ସତ୍ୟପୀର ମିଶ୍ର ଅଭିଯୁକ୍ତ ଶିକ୍ଷକଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୧୫ ହଜାର ଟଙ୍କା ଜରିମାନା କରାଯାଇଛି । ଏହା ଅନାଦେୟ ଅଧିକ ୬ ମାସ ଜେଲ ଭୋଗିବା ପାଇଁ ବିଚାରପତି ରାୟରେ ଉଲ୍ଲେଖ କରିଛନ୍ତି। ଶିକ୍ଷକ ଜଣକ ହେଲେ ମନୋଜ ବେହେରା ।
୨୦୧୨-୧୩ ଆର୍ଥିକ ବର୍ଷରେ ଫୁଲବାଣୀ ବ୍ଲକ ବେଲପଦର ନୂତନ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହ ନିର୍ମାଣ ପାଇଁ ୧୦ ଲକ୍ଷ ୨୭ ହଜାର ଟଙ୍କା ମଞ୍ଜୁର ହୋଇଥିଲା। ସେଥିରୁ ୭ ଲକ୍ଷ ୫୦ ହଜାର ଟଙ୍କା ବିଦ୍ୟାଳୟ ଆକାଉଣ୍ଟକୁ ଆସିଥିଲା । ମନୋଜ ଏହି ଟଙ୍କା ଉଠାଇ କାମ କରିଥିଲେ । ହେଲେ ସେ ଟଙ୍କା ଆତ୍ମସାତ୍‌ କରିଥିବା ନେଇ ଭିଜିଲାନ୍ସରେ ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ଡିଏସ୍‌ପି ହରେକୃଷ୍ଣ ବେହେରା ଘଟଣା ସମ୍ପର୍କରେ ଏତଲା କରିବା ପରେ ନଂ.୪୨/୧୫ରେ ମାମଲା ରୁଜୁ ହୋଇଥିଲା । ଇନ୍ସପେକ୍ଟର ପୁଲସ୍ତି ଛତ୍ରିଆଙ୍କୁ ଏହାର ତଦନ୍ତ ଦାୟିତ୍ୱ ଦିଆଯାଇଥିଲା । ତଦନ୍ତ ବେଳେ ୩ ଲକ୍ଷ ୫୨ ହଜାର ୪୬୦ ଟଙ୍କା ଆତ୍ମସାତ ହୋଇଥିବା ଜଣାପଡିଥିଲା । ଏହାପରେ ମନୋଜ ଆତ୍ମସାତ କରିଥିବା ଅର୍ଥକୁ ମିଶାଇ ଅଧିକ ଟଙ୍କାର କାମ କରି ନିର୍ମାଣ କାର୍ଯ୍ୟ ଶେଷ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ

ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri