ଶିକ୍ଷକଙ୍କ ଡଷ୍ଟର ମାଡ଼ରେ ଛାତ୍ରଙ୍କ ପଞ୍ଜରା ହାଡ଼ ଫାଟିଲା, ଦଶପଲ୍ଲା ଥାନାରେ ମାମଲା

ଦଶପଲ୍ଲା,୨୨ା୯(ଡି.ଏନ.ଏ.)-ନୟାଗଡ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଖମାରସାହି ନୋଡାଲ ହାଇସ୍କୁଲରେ ଜନୈକ ଶିକ୍ଷକଙ୍କ ଡଷ୍ଟର ମାଡ଼ରେ ଜଣେ ନବମ ଶ୍ରେଣୀ ଛାତ୍ର ଆହତ ହୋଇଛନ୍ତି। ଏଥିନେଇ ତାଙ୍କ ବାପା ଦଶପଲ୍ଲା ଥାନାରେ ଅଭିଯୋଗ କରିଛନ୍ତି। ଥାନାରେ ନଂ.୧୧୪/୧୯ରେ ମାମଲା ରୁଜୁ ହୋଇ ତଦନ୍ତ ଚାଲୁ ରହିଥିବା ପୋଲିସ ସୂତ୍ରରୁ ପ୍ରକାଶ।

ଛାତ୍ର ଜଣଙ୍କ ଗୁରୁବାର ସ୍କୁଲକୁ ଯାଇଥିଲେ। ଅପରାହ୍ନରେ ଶ୍ରେଣୀଗୃହରେ ଶିକ୍ଷକ ଉପସ୍ଥିତ ଥିବାବେଳେ ସମ୍ପୃକ୍ତ ଛାତ୍ର ତାଙ୍କର ଜଣେ ସହପାଠୀଙ୍କ ସହିତ କିଛି କଥା ହେଉଥିଲେ। ଏହା ଦେଖି ଶିକ୍ଷକ ଏକ ଡଷ୍ଟର ଫୋପାଡ଼ିବାରୁ ତାହା ତାଙ୍କ ଛାତିରେ ବାଜିଥିଲା। ଫଳରେ ଛାତ୍ର ଆହତ ହେବା ସହ ତାଙ୍କର ପଞ୍ଜରା ହାଡ଼ ଫାଟି ଯାଇଥିବା ଅଭିଯୋଗ ହୋଇଛି। ଘଟଣା ସମ୍ପର୍କରେ ଛାତ୍ରଙ୍କ ଘର ଲୋକେ ଜାଣିବା ପରେ ତାଙ୍କ ବାପା ତୁରନ୍ତ ତାଙ୍କୁ ନେଇ ଦଶପଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ସେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣା ନେଇ ଶୁକ୍ରବାର ଛାତ୍ରଙ୍କ ବାପା ଦଶପଲ୍ଲା ଥାନାରେ ଅଭିଯୋଗ କରିଥିଲେ। ଶିକ୍ଷକଙ୍କର ଥିବା ଏକ ଘରୋଇ ବିଦ୍ୟାଳୟରେ ପାଠ ପଢିବା ପାଇଁ ସମ୍ପୃକ୍ତ ଛାତ୍ରଙ୍କ ଉପରେ ଶିକ୍ଷକ ବାରମ୍ବାର ଚାପ ପକାଉଥିଲେ। ତେବେ ତାଙ୍କୁ ସେଠାକୁ ଘର ଲୋକେ ନ ଛାଡ଼ିବାରୁ ଶିକ୍ଷକ ଜଣଙ୍କ ରାଗ ରଖି ବିଭିନ୍ନ ସମୟରେ ଛାତ୍ରଙ୍କୁ ହଇରାଣ କରୁଥିବା ତାଙ୍କ ବାପା ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଏ ନେଇ ଦଶପଲ୍ଲା ଥାନାରେ ମାମଲା ରୁଜୁ ହୋଇଛି। ଏ ସମ୍ପର୍କରେ ସମ୍ପୃକ୍ତ ଶିକ୍ଷକଙ୍କୁ ପଚାରିବାରେ ସେ କହିଥିଲେ, ଏହା ସମ୍ପୂର୍ଣ୍ଣ ମିଥ୍ୟା ଅଭିଯୋଗ। ଏ ସମ୍ପର୍କରେ ଥାନା ଆଇଆଇସି ବିଶ୍ୱଜିତ ରାଉତରାୟଙ୍କୁ ପଚାରିବାରେ ମାଡ଼ ଘଟଣା ନେଇ ମାମଲା ରୁଜୁ ହେବା ସହ ଡିଏସ୍‌ପି ଘଟଣାର ତଦନ୍ତ କରୁଥିବା ସେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ଏନ୍‌କାଉଣ୍ଟରରେ ଟଲିପଡ଼ିଲେ ମାଓବାଦୀ ନେତା ସହଦେବ

ରାଞ୍ଚି,୧୭।୪: ଝାଡ଼ଖଣ୍ଡର ଚତରା-ହଜାରିବାଗ ସୀମାନ୍ତ ଜଙ୍ଗଲରେ ଶୁକ୍ରବାର ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ୪ଜଣ ଟପ୍‌ ମାଓବାଦୀ ନିହତ ହୋଇଛନ୍ତି।…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri