ଶିକ୍ଷକଙ୍କ ବଦଳି ବାତିଲ ଦାବି :ଦେଓଗାଁ ପ୍ରାଥମିକ ସ୍କୁଲରେ ତାଲା ବନ୍ଦ

କଣ୍ଟାମାଳ,୨୭।୭ (ଡି.ଏନ.ଏ)
ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଦେଓଗାଁ ନୂତନ ପ୍ରକଳ୍ପ ପ୍ରାଥମିକ ସ୍କୁଲରେ ଶୁକ୍ରବାର ୧୦ଟାରେ ଅଭିଭାବକ ଓ ଛାତ୍ରୀଛାତ୍ର ତାଲା ପକାଇ ଧାରଣା ଦେଇଛନ୍ତି । ଜଣେ ଶିକ୍ଷକଙ୍କ ବଦଳି ବାତିଲ କରିବାକୁ ସ୍କୁଲରେ ତାଲା ପକାଇ ଶିକ୍ଷାଦାନ ବନ୍ଦ କରାଯାଇଥିବା ପରିଚାଳନା କମିଟି ସଭାପତି ଭଗବାନ ବାଘ ପ୍ରକାଶ କରିଛନ୍ତି । ଦେଓଗାଁ ପ୍ରକଳ୍ପ ପ୍ରାଥମିକ ସ୍କୁଲରେ ସମୁଦାୟ ୧୦୭ ଜଣ ଛାତ୍ରୀଛାତ୍ର ଶିକ୍ଷା ଗ୍ରହଣ କରୁଛନ୍ତି । ଶିକ୍ଷା ବିଭାଗର ବଦଳି ଆଦେଶରେ ଏହି ସ୍କୁଲର ୫ ଜଣ ଶିକ୍ଷକଙ୍କ ମଧ୍ୟରୁ ଜଣଙ୍କୁ ଅପସାରଣ କରାଯାଇଛି । ଛାତ୍ରୀଛାତ୍ରଙ୍କ ସଂଖ୍ୟା ଅନୁଯାୟୀ ସ୍କୁଲରେ ଶିକ୍ଷକ ଅଭାବକୁ ଅନୁଭବ କରି ପୁଣି ତାଙ୍କୁ ଫେରାଇ ଆଣିବାକୁ ଦାବି କରି ଏହି ଆନ୍ଦୋଳନ ହୋଇଛି । ଏ ନେଇ ଶିକ୍ଷା ବିଭାଗକୁ ଲିଖିତଭାବେ ଗ୍ରାମବାସୀ ଅଭିଯୋଗ କରିଥିଲେ ମଧ୍ୟ ଘଟଣାସ୍ଥଳକୁ କୌଣସି ଅଧିକାରୀ ଆସି ନ ଥିଲେ । ଦାବି ପୂରଣ ନ ହେବା ଯାଏ ଅନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି ପରିଚାଳନା କମିଟି ସଭାପତି ବାଘ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri