ଶିକ୍ଷକଙ୍କ ମଦ୍ୟପାନ ଭିଡିଓ ଭାଇରାଲ ଘଟଣା:ବଦଳି ଦାବିରେ ବିଦ୍ୟାଳୟରେ ତାଲା

ବଇଣ୍ଡା,୨୭।୮(ଡି.ଏନ.ଏ.)

ଆଠମଲ୍ଲିକ ବ୍ଲକ କନ୍ତପଡ଼ା ପଞ୍ଚାୟତ ମଇମୁରା ସର୍କଲ ଅଧୀନ କେଞ୍ଚୁଆନାଳୀ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକ ମଦ୍ୟପାନ କରିଥିବା ଭିଡିଓ ଭାରରାଲ ଘଟଣା ପରେ ତାଙ୍କ ବଦଳି ଦାବିରେ ସୋମବାର ଗ୍ରାମବାସୀ ବିଦ୍ୟାଳୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି।
ଗ୍ରାମବାସୀ କହିଛନ୍ତି, ଶିକ୍ଷକ ଜଣକ ଶନିବାର ବିଦ୍ୟାଳୟ ପ୍ରକୋଷ୍ଠରେ ବସି ମଦ୍ୟପାନ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଗ୍ରାମବାସୀ ରବିବାର ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଆଠମଲ୍ଲିକ ଶିକ୍ଷା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ହେଲେ ଶିକ୍ଷା ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆ ନ ଯିବାରୁ ବିଦ୍ୟାଳୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରାଯାଇଥିଲା। ଏଥିଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢା ଠପ୍‌ ହୋଇଯାଇଥିଲା। ଅନ୍ୟପକ୍ଷରେ ଶିକ୍ଷା ବିଭାଗର କୌଣସି ପଦାଧିକାରୀ ଘଟଣାସ୍ଥଳରେ ପହଞ୍ଚି ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଅନିର୍ଦ୍ଦିଷ୍ଟ ପାଇଁ ତାଲା ପକାଇ ଆନ୍ଦୋଳନ କରାଯିବ ବୋଲି ଗ୍ରାମ ଶିକ୍ଷା କମିଟି ସଭାପତି ଗୁରୁଚରଣ ପ୍ରଧାନ, ବାବାଜୀ ବେହେରା, ସତ୍ୟ ପ୍ରକାଶ ସାହୁ, ସୁମନ୍ତ ଦେହୁରି, ପ୍ରଶାନ୍ତ ଦେହୁରି ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ନେଇ ଆଠମଲ୍ଲିକ ବ୍ଲକ ଶିକ୍ଷା ଅଧିକାରୀ ଦାୟିତ୍ୱରେ ଥିବା ପ୍ରଦୀପ କୁମାର ରଥ କହିଛନ୍ତି, ଘଟଣାର ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri