ଶିକ୍ଷକପଡ଼ାରେ ମାତିଲେ ଦୁର୍ବୃତ୍ତ : ଝରକା ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା

ବଇଣ୍ଡା,୩୦।୮(ଡି.ଏନ.ଏ.)- କିଶୋରନଗର ବ୍ଲକ ହଣ୍ଡପା ଥାନା ନୁନୁକାପଶି ପଞ୍ଚାୟତ ଶିକ୍ଷକପଡ଼ାରେ ରହୁଥିବା ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଘରୁ ଗୁରୁବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ ଝରକା ଗ୍ରୀଲ ତାଡି ଆଲମିରା ଭାଙ୍ଗି ୧୦ଟି ସୁନା ମୁଦି, ୧୦ ହଜାର ଟଙ୍କା ସହ ଆସବାବପତ୍ର ଚୋରି କରି ନେଇଯାଇଛନ୍ତି। ଏ ନେଇ ପ୍ରଭାତ ଶୁକ୍ରବାର ସକାଳେ ହଣ୍ଡପା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନଂ. ୧୪୭/୧୯ରେ ଏକ ମାମଲା ରୁଜୁ କରିଛି। ଖବରପାଇ ଆଠମଲ୍ଲିକ ଏସଡିପିଓ ସେକ ଅବଦୁଲ କରିମ, ହଣ୍ଡପା ଥାନା ସେକେଣ୍ଡ ଅଫିସର ସରୋଜ କୁମାର ଦାସ, ସନ୍ଧାନୀ କୁକୁର, ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ହେଲେ ଚୋରି କିମ୍ବା ଚୋରର କୌଣସି ସନ୍ଧାନ ପାଇପାରି ନାହାନ୍ତି। ପ୍ରଭାତ ଘରେ ନ ଥିବାବେଳେ ତାଙ୍କ ବଡ଼ ନାନି ଏକୁଟିଆ ଅନ୍ୟ ରୁମରେ ଶୋଇଥିଲେ। ପ୍ରଭାତଙ୍କ ଶୋଇବା ଘରେ ଦୁର୍ବୃତ୍ତମାନେ ପଶି ଲୁଟ କରିଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି। ଗତ ୨ ମାସ ତଳେ ଶିକ୍ଷକପଡ଼ାରୁ ଜଣେ ଅବସରପ୍ରାପ୍ତ ଅବକାରୀ ବିଭାଗ କର୍ମଚାରୀଙ୍କ ଘରୁ ତାଲା ଭାଙ୍ଗି ସୁନା ଗହଣା ଲୁଟ୍‌ ହୋଇଥିଲା। ବାରମ୍ବାର ବଇଣ୍ଡା ଅଞ୍ଚଳରେ ଚୋରି ବଢୁଥିବାବେଳେ ପୋଲିସର ରାତ୍ର ପାଟ୍ରୋଲିଂ ଠିକ ଭାବେ ହେଉ ନ ଥିବା ଯୋଗୁ ଚୋରି ବଢୁଥିବା ଶିକ୍ଷପଡ଼ାବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ରାତ୍ର ପାଟ୍ରୋଲିଂ କଡ଼ାକଡ଼ି କରିବା ସହ ବଇଣ୍ଡା ଫାଣ୍ଡିକୁ ଏକ ଜିପ ସହ ଆବଶ୍ୟକ କର୍ମଚାରୀ ଯୋଗାଇ ଦେବା ପାଇଁ ବଇଣ୍ଡା ଗ୍ରାମବାସୀ ଦାବି କରିଛନ୍ତି। (ଫଟୋ-)


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri