ଶିକ୍ଷକମାନେ ସାଧନା କରନ୍ତୁ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ବକ୍ସି ଜଗବନ୍ଧୁ ଇଂଲିଶ୍‌ ମିଡିୟମ ସ୍କୁଲର ବାର୍ଷିକ ଉତ୍ସବ ଡ୍ରିମ୍‌ସ୍କେପ୍‌-୨୦୧୯ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ ଉତ୍ସବକୁ ଉଦ୍‌ଘାଟନ କରି କହିଥିଲେ, ମଣିଷର ମୂଲ୍ୟ ବଢ଼ି ବଢ଼ି ଯାଉଛି, କିନ୍ତୁ ମୂଲ୍ୟବୋଧ କମି କମି ଯାଉଛି। ଶିକ୍ଷକ, ଛାତ୍ରୀଛାତ୍ର ଓ ଅଭିଭାବକ ଅଙ୍ଗାଙ୍ଗୀ ଭାବେ ଜଡ଼ିତ ହେବା ଉଚିତ। ତେବେ ଯାଇ ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଆସିବ। ଶିକ୍ଷକମାନଙ୍କୁ ପିଲାଙ୍କ ମା’ ଓ ବାପା ବୋଲି ବିବେଚନା କରି ପ୍ରଥମେ ସାଧନା କରିବାକୁ ପଡ଼ିବ। ସେହି ସାଧନା ସଫଳ ହେଲେ ସେମାନେ ଶିକ୍ଷକତାର ସମ୍ପୂର୍ଣ୍ଣ ପାହାଚ ଅତିକ୍ରମ କରିବାକୁ ସମର୍ଥ ହେବେ। ଅଭିଭାବକଙ୍କ ଉଦ୍ଦେଶ୍ୟରେ ମନ୍ତ୍ରୀ ସାହୁ କହିଥିଲେ ଯେ, ପିଲାମାନଙ୍କ ମଧ୍ୟରେ ମୂଲ୍ୟବୋଧର ଅବକ୍ଷୟ ଏବଂ ଭାବର ଅଭାବବୋଧକୁ ଲକ୍ଷ୍ୟ କରି ଅଭିଭାବକମାନେ ଶିଶୁ ସହ ଶିଶୁ ହୋଇ ସରଳତା, ସତ୍ୟତା, ନିର୍ଭୀକତା, ସଚ୍ଚୋଟତା, ସ୍ନେହ ମମତାକୁ ଆଦରିଲେ ପିଲାମାନେ ମଣିଷ ପରି ମଣିଷ ହୋଇପାରିବେ।
ବିଦ୍ୟାଳୟ ପରିଚାଳନା କମିଟି ଚେୟାରମ୍ୟାନ୍‌ ରଘୁନାଥ ମିଶ୍ର ଯୋଗଦେଇ ପିଲାଙ୍କ ଭିତରେ ଥିବା ଅନ୍ତର୍ନିହିତ ଗୁଣାବଳୀର ବିକାଶ ତଥା ସାମାଜିକ କ୍ଷେତ୍ରରେ ଦାୟିତ୍ୱବୋଧ ସୃଷ୍ଟି ନିମନ୍ତେ ପିଲାଙ୍କ ମନରେ ଏପରି କାର୍ଯ୍ୟକ୍ରମର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତ ଦେଇଥିଲେ। ବିଦ୍ୟାଳୟ ପରିଚାଳନା କମିଟି ମ୍ୟାନେଜର ପ୍ରତାପ କୁମାର ଜେନା ସ୍ବାଗତ ଭାଷଣ ପ୍ରଦାନ କରିବା ସହ ଅଭିଭାବକତ୍ୱ ଓ ଶିକ୍ଷା-ଶିକ୍ଷକ-ଶିକ୍ଷାୟତନ ଉପରେ ଗୁରୁତ୍ୱରୋପ କରିଥିଲେ। ଏହି ଅବସରରେ ବିଦ୍ୟାଳୟ ପରିଚାଳନା କମିଟି ଆଡିସିନାଲ୍‌ ମ୍ୟାନେଜର୍‌ ଚିତ୍ତରଞ୍ଜନ ବୈରିଶାଲ୍‌, କମିଟି ସଦସ୍ୟମାନେ, ପର୍ଯ୍ୟବେକ୍ଷକ ଶିବାନୀ ପଟ୍ଟନାୟକ, ବରଦା ପ୍ରସାଦ ପାଇକରାୟ ପ୍ରମୁଖ ଉପସ୍ଥିତ ଥିଲେ। ବିଦ୍ୟାଳୟର ଅଧ୍ୟକ୍ଷା ସନ୍ଧ୍ୟା ଜେନା ବିଦ୍ୟାଳୟ ତଥା ପିଲାମାନଙ୍କ କୃତିତ୍ୱ ଓ ଅବଦାନ ଉତ୍କୃଷ୍ଟତାକୁ ଉପସ୍ଥାପନ ପୂର୍ବକ ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟର କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ଉପଧ୍ୟକ୍ଷା ପଲ୍ଲବୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ପିଲାଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ, ଓଡ଼ିଶୀ, ଗୀତିନାଟ୍ୟ, ଆଧୁନିକ ନୃତ୍ୟ, ନାଟକ ଆଦି ପରିବେଷିତ ହୋଇଥିଲା। ଏହି ଉତ୍ସବ ଦୁଇଦିନ ଧରି ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନବୀନ, ଶାହା, ରାହୁଲଙ୍କ ପ୍ରଚାରକୁ ନଜର

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ଦେଶରେ ୭ଟି ପର୍ଯ୍ୟାୟ ମଧ୍ୟରୁ ଆସନ୍ତା ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍‌ ହେବ। ଯଦିଓ ରାଜ୍ୟର ୩ ପ୍ରମୁଖ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri