ଶିକ୍ଷକ ଅଭାବ, ଶିକ୍ଷାଦାନରେ ଅବ୍ୟବସ୍ଥା; ଗୋଟିଏ ଶ୍ରେଣୀଗୃହରେ ୩ ଗୁଣା ପିଲା

ଅନୁଗୋଳ ଅଫିସ, ୨୯।୭: ଅନୁଗୋଳ ଜିଲାରେ ଶିକ୍ଷକ ଅଭାବ ସମସ୍ୟା ଯୋଗୁ ବିଭିନ୍ନ ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ବର୍ଷ ବର୍ଷ ଧରି ଶିକ୍ଷକ ନିଯୁକ୍ତି ଦିଆଯାଉ ନ ଥିବାରୁ ଏହି ସମସ୍ୟା ଏବେ ପୂରା ବ୍ୟବସ୍ଥାକୁ ବିପର୍ଯ୍ୟସ୍ତ କରିଦେବାକୁ ବସିଛି। ଏପରି କି ଅନେକ ସ୍କୁଲର ଗୋଟିଏ ଲେଖାଏ ଶ୍ରେଣୀ କକ୍ଷରେ ଧାର୍ଯ୍ୟଠାରୁ ୩ରୁ ୪ ଗୁଣା ଛାତ୍ରୀଛାତ୍ର ବସି ପଢ଼ିବାକୁ ବାଧ୍ୟ ହେଉଥିବା ଦେଖିବାକୁ ମିଳୁଛି। ଏତେ ସଂଖ୍ୟାରେ ଛାତ୍ରୀଛାତ୍ର ଗୋଟିଏ କୋଠରିରେ ବସୁଥିବାରୁ ସେମାନେ କିପରି ଶିକ୍ଷାଲାଭ କରୁଥିବେ ତାହକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସ୍କୁଲ ଶିକ୍ଷାରେ ଏପରି ଅବ୍ୟବସ୍ଥା ନେଇ ଅଭିଭାବକମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିବା ସହ ତୁରନ୍ତ ଶିକ୍ଷକ ନିଯୁକ୍ତି ସହ ସେକସନ୍‌ କରିବା ପାଇଁ ଦାବି କରିଛନ୍ତି।
ଅନୁଗୋଳ ସହର ଓ ଉପକଣ୍ଠରେ ଥିବା ଅନେକ ବିଦ୍ୟାଳୟରେ ଏପରି ଅବ୍ୟବସ୍ଥା ନଜରକୁ ଆସିଛି। ସହର ଛାତି ଉପରେ ଥିବା ପିଟିସି ଉଚ୍ଚ ବିଦ୍ୟାଳୟରେ ମଧ୍ୟ ଆବଶ୍ୟକ ଶିକ୍ଷକ ଅଭାବରୁ ଏହି ସମସ୍ୟା ସୃଷ୍ଟି ହୋଇଛି। ଏଠାରେ ୯ମ ଶ୍ରେଣୀରେ ଅଧ୍ୟୟନ କରୁଥିବା ୧୨୬ ଛାତ୍ରୀଛାତ୍ରୀ ଗୋଟିଏ କୋଠରିରେ ବସିଛନ୍ତି। ଫଳରେ ଶୈକ୍ଷିକ ବାତାବରଣ ଖରାପ ହେଉଥିବା ଅଭିଯୋଗ ହେଉଛି। କେବଳ ଏହି ଗୋଟିଏ ସ୍କୁଲ ନୁହେଁ, ସହର ଉପକଣ୍ଠ ବଡ଼କେରା ଶ୍ରୀ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟରେ ଗୋଟିଏ କ୍ଲାସରୁମ୍‌ରେ ୧୬୧, ପୁରୁଣାଗଡ଼ ଉଚ୍ଚ ବିଦ୍ୟାଳୟରେ ୧୩୫, କୁମୁରିସିଂହା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ୧୪୫ ଛାତ୍ରୀଛାତ୍ର ଗୋଟିଏ ଲେଖାଏ ଶ୍ରେଣୀଗୃହରେ ବସି ପାଠପଢ଼ୁଛନ୍ତି। ଜିଲା ଶିକ୍ଷା ପ୍ରଶାସନ ନିକଟରେ ମଧ୍ୟ କୌଣସି ପଦକ୍ଷେପ ନେଉନାହିଁ। ଗୋଟିଏ ଶ୍ରେଣୀ ଗୃହରେ ୪୦ ଛାତ୍ରୀଛାତ୍ର ଅଧ୍ୟୟନ କରିପାରିବେ ବୋଲି ନିୟମ କରିଥିଲେ ମଧ୍ୟ ଏସବୁ ସ୍କୁଲଗୁଡ଼ିକରେ ଏହାର ୩ରୁ ୪ ଗୁଣା ପିଲା ବସିବା ଅଭିଭାବକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି କରିଛି। ଏପରି କ୍ଷେତ୍ରରେ ଅଧିକ ସେକସନ୍‌ କରାଯିବା ପାଇଁ ନିୟମ ରହିଛି। କିନ୍ତୁ ପରସ୍ଥିତିରେ ପଡ଼ି ଏତେ ସଂଖ୍ୟାରେ ଛାତ୍ରୀଛାତ୍ରୀଙ୍କୁ ଶିକ୍ଷାଦାନ କରାଯାଉଥିବା ଶିକ୍ଷକମାନେ କହିଛନ୍ତି। ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା କହିଛନ୍ତି, ଶିକ୍ଷକ ଅଭାବ କାରଣରୁ ଏପରି ପରସ୍ଥିତି ଉପୁଜୁଛି। ତେବେ ସ୍ଥିତି ସୁଧାରିବାକୁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri