ଶିକ୍ଷକ ଅଭାବ ସାଙ୍ଗକୁ ଭିତ୍ତିଭୂମି ଅସଜଡ଼ା

ଭଣ୍ଡାରିପୋଖରୀ,୨୫।୧(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମାଳଦା ପଞ୍ଚାୟତର ମାଳଦା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ। ୨ ଶିକ୍ଷକରେ ଦୁଇଟି ଶ୍ରେଣୀ ଚାଲିଛି। ଆବଶ୍ୟକ ସଂଖ୍ୟକ ଶିକ୍ଷକ ନ ଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ସମସ୍ୟା ସୃଷ୍ଟି ହେଉଛି। ଏଭଳି ସ୍ଥିତିରେ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେବାକୁ ଥିବା ଛାତ୍ରୀଛାତ୍ରଙ୍କୁ ଉପଯୁକ୍ତ ଶିକ୍ଷାଦାନ କରାଯାଇ ନ ଥିବା ଅଭିଯୋଗ ହୋଇଛି। ଫଳରେ ଏହାକୁ ନେଇ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଶିକ୍ଷକ ସମସ୍ୟା ସମ୍ପର୍କରେ ବାରମ୍ବାର ବିଭାଗକୁ ଅବଗତ କରାଯାଉଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଅଭିଯୋଗ ହେଉଛି। ସେହିପରି ବିଦ୍ୟାଳୟ ଭିତ୍ତିଭୂମି ମଧ୍ୟ ଅସଜଡ଼ା ହୋଇରହିଛି। ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସରକାର ବାହୁସ୍ଫୋଟ ମାରୁଥିବାବେଳେ ଏହି ବିଦ୍ୟାଳୟକୁ ଦେଖିଲେ ଶିକ୍ଷାର ମାନ ସ୍ପଷ୍ଟ ବାରି ହୋଇପଡୁଛି ବୋଲି ସ୍ଥାନୀୟ ବୁଦ୍ଧିଜୀବୀମାନଙ୍କ ପକ୍ଷରୁ କୁହାଯାଇଛି।
୧୯୮୦ରେ ସ୍ଥାପିତ ବିଦ୍ୟାଳୟର ଶ୍ରେଣୀଗୃହ ଏବେ ଜରାଜୀର୍ଣ୍ଣ ହୋଇପଡ଼ିଛି। ସରକାରୀ ଅନୁଦାନପ୍ରାପ୍ତ ଏହି ସ୍କୁଲରେ ନବମ ଓ ଦଶମ ଦୁଇଟି ଶ୍ରେଣୀ ରହିଛି। ନବମ ଶ୍ରେଣୀରେ ୩୧ ଓ ଦଶମ ଶ୍ରେଣୀରେ ୪୪ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ୭୫ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ଲାଗି ଦୁଇଟି ଶ୍ରେଣୀରେ ଦୁଇଜଣ ଶିକ୍ଷକ ରହିଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରଧାନ ଶିକ୍ଷକ ଆସନ୍ତା ୩୧ ତାରିଖରେ ଅବସର ନେବେ। ଜଣେ ଶିକ୍ଷକରେ ଚାଲିଛି ପାଠପଢ଼ା। ସେହିପରି ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଶ୍ରେଣୀଗୃହରୁ ପ୍ଲାଷ୍ଟର ଖସିବା ଆରମ୍ଭ କଲାଣି। ଦୁଇଟି ଶ୍ରେଣୀ ପାଇଁ ୫ ଜଣ ଟିଜି, ଜଣେ କ୍ଲାସିକାଲ, ଜଣେ ହିନ୍ଦୀ, ଜଣେ ପିଇଟି, ଜଣେ ପିସିଏମ୍‌ ଓ ଜଣେ ସିବିଜେଡ୍‌ ଶିକ୍ଷକ ରହିବା କଥା। ହେଲେ ଯିଏ ଅବସର ନେଲେ ତାଙ୍କ ସ୍ଥାନରେ ଆଉ କାହାରିକୁ ନିଯୁକ୍ତି ଦିଆଯାଉନାହିଁ ବୋଲି କୁହାଯାଇଛି। ବର୍ତ୍ତମାନ ଜଣେ ପ୍ରଧାନ ଶିକ୍ଷକ ଓ ଅନ୍ୟ ଜଣେ ବିଜ୍ଞାନ ଶିକ୍ଷକ ରହିଛନ୍ତି। ଫଳରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାରରେ। ୩ ଜଣ ପିଅନ ରହିଥିବାବେଳେ ଜଣଙ୍କୁ ଡେପୁଟେଶନରେ ମଣିନାଥପୁର ହାଇସ୍କୁଲକୁ ପଠାଯାଇଛି। ସଂସ୍କୃତ ଶିକ୍ଷକ ୨୦୧୭, ହିନ୍ଦୀ ଶିକ୍ଷକ ୨୦୧୪ ଓ କ୍ରୀଡ଼ା ଶିକ୍ଷକ ୨୦୧୪ରୁ ଅବସର ନେଲେଣି। ୫ ଟିଜିରୁ ୨ ଜଣ ୨୦୧୬ରୁ ଅବସର ନେବା ପରେ ଆଉ କେହି ଆସି ନ ଥିବା ଜାଣିବାକୁ ମିଳିଛି।
ଏ ସମ୍ପର୍କରେ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ବେହେରା କହିଛନ୍ତି, ଶିକ୍ଷକ ଅଭାବ ଯୋଗୁ ପିଲାମାନଙ୍କୁ ଶିକ୍ଷାଦାନରେ ଅସୁବିଧା ହେଉଛି। ଆଖପାଖ ୨/୩ଟି ପଞ୍ଚାୟତର ପିଲା ପାଠ ପଢ଼ିବା ପାଇଁ ଏହି ବିଦ୍ୟାଳୟ ଉପରେ ନିର୍ଭର କରନ୍ତି। ଆସନ୍ତା ୩୧ ତାରିଖରେ ସେ ଅବସର ନେବେ। ଜଣେ ଶିକ୍ଷକରେ ବିଦ୍ୟାଳୟ ଚାଲିବା କଷ୍ଟ। ବିଭିନ୍ନ ସମୟରେ ଶିକ୍ଷକ ଅଭାବ ବିଷୟରେ ବିଭାଗକୁ ଜଣାଉଥିଲେ ମଧ୍ୟ କାହାରିକୁ ପଠାଯାଉ ନାହିଁ ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ଭଦ୍ରକ ଜିଲା ଶିକ୍ଷାଧିକାରୀ ସଂଗ୍ରାମ ସାହୁଙ୍କୁ ପଚାରିବାରୁ ସେ ସ୍କୁଲ ବିଷୟରେ ଅବଗତ ଥିବା କହିଥିଲେ। ସବୁଆଡ଼େ ଶିକ୍ଷକ ସମସ୍ୟା ଲାଗିରହିଛି। ତେବେ ଉକ୍ତ ବିଦ୍ୟାଳୟର ଶିକ୍ଷକ ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା, ୯ରେ ଆସିବେ ଗଡ଼କରୀ

ଭୁବନେଶ୍ୱର, ୭।୫: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଗସ୍ତରେ ଆସି ରାଜନାଥ ସିଂ ଭବାନୀପାଟଣା,...

ଓଡ଼ିଶାରେ ପ୍ରଚାର କରିବେ ଡ୍ରିମ୍‌ଗର୍ଲ

ଭୁବନେଶ୍ୱର,୭।୫: ଭାଜପାର ଷ୍ଟାର ପ୍ରଚାରକ ତାଲିକାରେ ଡ୍ରିମ୍‌ଗର୍ଲ ତଥା ମଥୁରା ଭାଜପା ଏମ୍‌ପି ପ୍ରାର୍ଥୀ ହେମାମାଳିନୀ ସାମିଲ ହୋଇଛନ୍ତି। ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ...

ଭୁବନେଶ୍ୱରରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’୧୦ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ଶୋ’ କରିବେ । ସା ୬ଟାରୁ ଏହି ରୋଡ ଶୋ’ ଆରମ୍ଭ ହେବ ବୋଲି...

ଟ୍ବିନ୍‌ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା, ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର, ୭।୫: ରାଜ୍ୟରେ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ବିନ୍‌ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ...

ଅଧଘଣ୍ଟାରେ ଅଧା ରାଜଧାନୀ ପ୍ରଭାବିତ

ଭୁବନେଶ୍ୱର, ୭।୫ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରରେ ସୋମବାର କାଳବୈଶାଖୀ ତାଣ୍ଡବ ରଚିଛି। ଅଧଘଣ୍ଟାର ଝଡ଼ତୋଫାନ ସହ ବର୍ଷାରେ ଅଧା ରାଜଧାନୀ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ...

ଭାଜପା ବିରୋଧରେ ପ୍ରଚାର କରିବେ ଉଜ୍ଜଳା ଦିଦି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା):ରାଜ୍ୟର ଉଜ୍ଜଳା ଦିଦିମାନେ ବିଭିନ୍ନ ଦାବି ନେଇ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରେ ଧାରଣା ଦେଇଥିଲେ। ସେମାନଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଅଣଦେଖା...

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ:୧୫ରେ ଯାଞ୍ଚ, ଜୁନ୍‌ ୧ରେ ଭୋଟ

ଭୁବନେଶ୍ୱର,୭।୫(ଅନିଲ ଦାସ):ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ହେବାକୁ ଥିବା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଲୋକ ସଭା ଏବଂ ୪୨...

୪୮ ପ୍ରାର୍ଥୀଙ୍କ ନାମରେ ଜଘନ୍ୟ ଆପରାଧିକ ମାମଲା

ଭୁବନେଶ୍ୱର,୭ା୫(ଅନିଲଦାସ):ରାଜ୍ୟରେ ଆସନ୍ତା ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ମୋଟ ୨୪୩ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri