ଶିକ୍ଷକ କର୍ମଶାଳା ଉଦ୍‌ଯାପିତ

ସବ୍‌ଡ଼େଗା, ୨୬।୪ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବ୍ଲକ ଅନ୍ତର୍ଗତ ସମସ୍ତ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଏବଂ ଜଣେ ଲେଖାଏଁ ସହକାରୀ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ନେଇ ଏକ ଦିବସୀୟ କର୍ମଶାଳା ଆୟୋଜିତ ହୋଇଥିଲା। ସବ୍‌ଡେଗା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆନୁକୂଲ୍ୟରେ ସ୍ଥାନୀୟ ନ୍ୟୁ ଓଡ଼ିଶା ଉଚ୍ଚ ବିଦ୍ୟାଳୟ ଗାଈବିରାଠାରେ ଏହି କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କ ପାଇଁ ଛୁଟି ଘୋଷଣା କରିଥିବା ବେଳେ ମେ ୪ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲା ରହିବ। ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ବିଦ୍ୟାଳୟକୁ ଆସିବା ପାଇଁ ବିଭାଗ ତରଫରୁ ନିର୍ଦ୍ଦେଶନାମା ଜାରି କରାଯାଇଥିବା ଜଣାପଡିଛି। ଛାତ୍ରୀଛାତ୍ର ବିଦ୍ୟାଳୟକୁ ଆସୁ ନ ଥିବା ବେଳେ ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ବିଦ୍ୟାଳୟକୁ ନିୟମିତ ଆସୁଛନ୍ତି। ଏଣୁ ଏହି ସମୟରେ ଶିକ୍ଷୟିତ୍ରୀ, ଶିକ୍ଷକମାନେ ଚଳିତ ଶିକ୍ଷାବର୍ଷ ପାଇଁ କଣ ସବୁ କାର୍ଯ୍ୟକ୍ରମ ହାତକୁ ନେବେ କଣ ସବୁ ଯୋଜନା ପ୍ରସ୍ତୁତ କରିବେ ସେସବୁ ବିଷୟରେ ଏହି କର୍ମଶାଳାରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଉଜ୍ଜଳ ଏବଂ ଉତ୍‌ଥାନ କାର୍ଯ୍ୟକ୍ରମ ପାଇଁ ଯୋଜନା ପ୍ରସ୍ତୁତି, ରେକର୍ଡ ପ୍ରସ୍ତୁତି, ବିଦ୍ୟାଳୟ ନଥିପତ୍ର ପ୍ରସ୍ତୁତି, କ୍ୟାସବହି ଲିପିବଦ୍ଧ, ସ୍କୁଲ ପରିସର, ଶ୍ରେଣୀ ଗୃହ, ସଫା ସୁତରା, ରଙ୍ଗ ଧଉଳାକରଣ, ଶ୍ରେଣୀ ଗୃହ ଓ ବିଦ୍ୟାଳୟର ନାମଲିଖିନ, ଅତ୍ୟାବଶ୍ୟକ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ଆଦି କାର୍ଯ୍ୟକ୍ରମ ହାତକୁ ନିଆଯିବାକୁ ସ୍ଥିର କରାଯାଇଥିଲା। ସବ୍‌ଡେଗା ବ୍ଲକ ଶିକ୍ଷା ଅଧିକାରୀ ଅଜୟ କୁମାର ଏକ୍କାଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମ ସୂଚାରୁରୂପେ ସମ୍ପନ୍ନ ହୋଇଥିଲା। ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଅକ୍ଷୟ କୁମାର ବେହେରା, ଫକୀର କିସପଟ୍ଟା ପ୍ରମୁଖ ତାଲିମ ପ୍ରଦାନ କରିଥିଲେ। ସିଆରସିସି ଅର୍ଜୁନ ରୋହିଦାସ, ପ୍ରଶାନ୍ତ ନାଏକ, ମହେନ୍ଦ୍ର ତନ୍ତୀ, ଲଙ୍କେଶ୍ୱର ନାଏକ, ସଞ୍ଜୟ ଗରଡିଆ, ନରେନ୍ଦ୍ର ପୁରୋହିତ, ସୁରେଶ ପୃଷେଟ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ କୃଷ୍ଣଚନ୍ଦ୍ର ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri