ଶିକ୍ଷକ ଦାବିରେ ୧୧ ଦିନ ହେଲା ସ୍କୁଲରେ ପଡିଛି ତାଲା: ତୁରନ୍ତ ସମସ୍ୟା ସମାଧାନ ନ ହେଲେ ରାସ୍ତା ଅବରୋଧ ନେଇ ଚେତାବନୀ

ଭବାନୀପାଟଣା,୨୦।୮(ଡି.ଏନ୍‌.ଏ.): ଶିକ୍ଷକ ଦାବିରେ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ କର୍ଲାପଡା କ୍ଲଷ୍ଟର ଅନ୍ତର୍ଗତ ପରିଆ ୟୁପି ସ୍କୁଲରେ ୧୧ ଦିନ ହେଲା ତାଲା ଝୁଲୁଛି । ଏ ନେଇ ପାଠପଢା ସମ୍ପୂର୍ଣ୍ଣ ବନ୍ଦ ରହିଥିବାବେଳେ ପିଲାଙ୍କ ଭବିଷ୍ୟତ ନେଇ ଅଭିଭାବକଙ୍କ ଚିନ୍ତା ବଢିବାରେ ଲାଗିଛି । ମାତ୍ର ଶିକ୍ଷା ବିଭାଗ ସମସ୍ୟାର ସମାଧାନ ଦିଗରେ ତପତ୍ରତା ପ୍ରକାଶ କରୁ ନ ଥିବାରୁ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ।
ସୂଚନାନୁଯାୟୀ, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏହି ବିଦ୍ୟାଳୟରେ ମୋଟ ୨୬୬ ଛାତ୍ରୀଛାତ୍ରଙ୍କ ପାଇଁ ୫ ଶିକ୍ଷକ ଥିବାରୁ ଶିକ୍ଷାଦାନରେ ଅସୁବିଧା ସୃଷ୍ଟି ହେଉଛି। ଏ ନେଇ ଗ୍ରାମବାସୀ ବାରମ୍ବାର ବିଇଓଙ୍କୁ ଅଭିଯୋଗ କରି ଆସୁଥିଲେ ସୁଦ୍ଧା କୌଣସି ସୁଫଳ ନ ମିଳିବାରୁ ସ୍କୁଲରେ ତାଲା ପକାଇ ୧୧ ଦିନ ଧରି ଧାରଣାରେ ବସି ରହିଛନ୍ତି । ତୁରନ୍ତ ସମସ୍ୟାର ସମାଧାନ ନ ହେଲେ ଆଗାମୀ ଦିନରେ ଭବାନୀପାଟଣା-ଖରିଆର ରାସ୍ତା ଅବରୋଧ କରାଯିବ ବୋଲି ସ୍କୁଲ କମିଟିର ସଭାପତି ସମ୍ପୂର୍ଣ୍ଣ ଶବର, ଲକ୍ଷପତି ମାଝି, ଡିଙ୍ଗର ପୁଟେଲ, ଭୀମସେନ ମାଝି, ହେମରାଜ ନାଏକ, ଡମ୍ବରୁଧର ମାହାର, ସୁଶାନ୍ତ ବାଗ, ବରୁଣ ଶବର, ଧବଳେଶ୍ୱର ଶବର, ହେମରାଜ ମାଝି ପ୍ରମୁଖ ଚେତାବନୀ ଦେଇଛନ୍ତି । ଏ ନେଇ ବିଇଓ ଜଗନ୍ନାଥ ପୁରୋହିତଙ୍କୁ ପଚାରିବାରୁ ଚଳିତ ମାସ ଶେଷ ସୁଦ୍ଧା ସ୍କୁଲରେ ଶିକ୍ଷକ ନିଯୁକ୍ତି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri