ଭବାନୀପାଟଣା,୨୦।୮(ଡି.ଏନ୍.ଏ.): ଶିକ୍ଷକ ଦାବିରେ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ କର୍ଲାପଡା କ୍ଲଷ୍ଟର ଅନ୍ତର୍ଗତ ପରିଆ ୟୁପି ସ୍କୁଲରେ ୧୧ ଦିନ ହେଲା ତାଲା ଝୁଲୁଛି । ଏ ନେଇ ପାଠପଢା ସମ୍ପୂର୍ଣ୍ଣ ବନ୍ଦ ରହିଥିବାବେଳେ ପିଲାଙ୍କ ଭବିଷ୍ୟତ ନେଇ ଅଭିଭାବକଙ୍କ ଚିନ୍ତା ବଢିବାରେ ଲାଗିଛି । ମାତ୍ର ଶିକ୍ଷା ବିଭାଗ ସମସ୍ୟାର ସମାଧାନ ଦିଗରେ ତପତ୍ରତା ପ୍ରକାଶ କରୁ ନ ଥିବାରୁ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ।
ସୂଚନାନୁଯାୟୀ, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏହି ବିଦ୍ୟାଳୟରେ ମୋଟ ୨୬୬ ଛାତ୍ରୀଛାତ୍ରଙ୍କ ପାଇଁ ୫ ଶିକ୍ଷକ ଥିବାରୁ ଶିକ୍ଷାଦାନରେ ଅସୁବିଧା ସୃଷ୍ଟି ହେଉଛି। ଏ ନେଇ ଗ୍ରାମବାସୀ ବାରମ୍ବାର ବିଇଓଙ୍କୁ ଅଭିଯୋଗ କରି ଆସୁଥିଲେ ସୁଦ୍ଧା କୌଣସି ସୁଫଳ ନ ମିଳିବାରୁ ସ୍କୁଲରେ ତାଲା ପକାଇ ୧୧ ଦିନ ଧରି ଧାରଣାରେ ବସି ରହିଛନ୍ତି । ତୁରନ୍ତ ସମସ୍ୟାର ସମାଧାନ ନ ହେଲେ ଆଗାମୀ ଦିନରେ ଭବାନୀପାଟଣା-ଖରିଆର ରାସ୍ତା ଅବରୋଧ କରାଯିବ ବୋଲି ସ୍କୁଲ କମିଟିର ସଭାପତି ସମ୍ପୂର୍ଣ୍ଣ ଶବର, ଲକ୍ଷପତି ମାଝି, ଡିଙ୍ଗର ପୁଟେଲ, ଭୀମସେନ ମାଝି, ହେମରାଜ ନାଏକ, ଡମ୍ବରୁଧର ମାହାର, ସୁଶାନ୍ତ ବାଗ, ବରୁଣ ଶବର, ଧବଳେଶ୍ୱର ଶବର, ହେମରାଜ ମାଝି ପ୍ରମୁଖ ଚେତାବନୀ ଦେଇଛନ୍ତି । ଏ ନେଇ ବିଇଓ ଜଗନ୍ନାଥ ପୁରୋହିତଙ୍କୁ ପଚାରିବାରୁ ଚଳିତ ମାସ ଶେଷ ସୁଦ୍ଧା ସ୍କୁଲରେ ଶିକ୍ଷକ ନିଯୁକ୍ତି କରାଯିବ ବୋଲି କହିଛନ୍ତି।
ଶିକ୍ଷକ ଦାବିରେ ୧୧ ଦିନ ହେଲା ସ୍କୁଲରେ ପଡିଛି ତାଲା: ତୁରନ୍ତ ସମସ୍ୟା ସମାଧାନ ନ ହେଲେ ରାସ୍ତା ଅବରୋଧ ନେଇ ଚେତାବନୀ
Posted inଆମ ଜିଲା ଖବର, କଳାହାଣ୍ଡି View All
ଜୀବନ ସଂଘର୍ଷରେ ହାରିଗଲେ ଚାଷୀ
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…
କାର୍ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍ରୁ ୪୨ କେଜି…
କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ
ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…
ରାସ୍ତାରେ ଯାଉଯାଉ ବାଇକ୍ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…
ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…
୨ ଦିନ ହେଲା ବସ୍ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…
ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ
ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…
ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ
କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ
କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

