ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟରେ ତାଲା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।, ୬।୨(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ଦୁର୍ଗମ ପଞ୍ଚାୟତ ହାତୀମୁଣ୍ଡାର ତାମାଙ୍ଗି ସରକାରୀ ଉଚ୍ଚ ବିଦ୍ୟାଳୟ ଫାଟକରେ ବୁଧବାର ତାଲା ପକାଇ ଆନ୍ଦୋଳନ ଚଳାଇଛନ୍ତି ଛାତ୍ରୀଛାତ୍ର ଓ ଅଭିଭାବକ। ଶିକ୍ଷକ ପଦବୀ ପୂରଣ ସହ ବିଦ୍ୟାଳୟରେ ଲାଗିରହିଥିବା ବିଭିନ୍ନ ସମସ୍ୟା ସମାଧାନ ଦାବିରେ ଧାରଣାରେ ବସିଛନ୍ତି। ମହାତ୍ମା ଗାନ୍ଧୀ ଏବଂ ଡ. ଆମ୍ବେଡକରଙ୍କ ଫଟୋଚିତ୍ର ରଖି ବିକ୍ଷୋଭ ଚାଲିଛି। ବର୍ଷା ସତ୍ତ୍ୱେ ମଧ୍ୟ ଧାରଣା ଜାରି ରହିଛି। ଖବର ଲେଖାହେବା ସୁଦ୍ଧା ପ୍ରଶାସନ ପହଞ୍ଚତ୍ ନାହିଁ।
ତାମାଙ୍ଗି ବିଦ୍ୟାଳୟରେ ପ୍ରଥମରୁ ଦଶମ ପର୍ଯ୍ୟନ୍ତ ମୋଟ ୧୫୭ ଜଣ ଛାତ୍ରୀଛାତ୍ର ରହିଛନ୍ତି। ମାତ୍ର ୪ଟି କ୍ଲାସରୁମ୍‌ ରହିଥିବାବେଳେ, ପ୍ରଧାନ ଶିକ୍ଷକ ଭାବେ ଜଣେ ଶିକ୍ଷାସହାୟକ ଦାୟିତ୍ୱ ତୁଲାଉଛନ୍ତି। ତାଙ୍କୁ ମିଶାଇ ୬ ଜଣ ଶିକ୍ଷକ ୧୦ଟି ଶ୍ରେଣୀକୁ ପାଠପଢ଼ାଉଛନ୍ତି। ବୁଧବାର ସୁଦ୍ଧା ସମସ୍ୟା ସମାଧାନ ପାଇଁ ଅଞ୍ଚଳବାସୀ ଡେଡ୍‌ଲାଇନ୍‌ ଦେଇଥିଲେ। ଏହାପୂରଣ ପରେ ଧାରଣାକୁ ଓହ୍ଲାଇଛନ୍ତି। ପ୍ରମୁଖ ଦାବି ଗୁଡିକ ମଧ୍ୟରେ ରହିଛି ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ, ଶ୍ରେଣୀଗୃହ, ପାଚେରି, ଖେଳପଡ଼ିଆ ନିର୍ମାଣ ସହ ଛାତ୍ରୀଛାତ୍ରଙ୍କୁ ମୌଳିକ ସୁବିଧା ପ୍ରଦାନ ବ୍ୟବସ୍ଥା କରିବା। ପୂର୍ବରୁ ବିଦ୍ୟାଳୟ ପରିଚାଳନା କମିଟି ଏବଂ ଅଭିଭାବକ କମିଟି ଦାବି ପୂରଣ ପାଇଁ ସ୍ଥାନୀୟ ପ୍ରଶାସନ ଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ବହୁବାର ଅଭିଯୋଗ କରିଥିଲେ। ପ୍ରଶାସନ ବାରମ୍ବାର ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ପଦକ୍ଷେପ ନେଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ୨୦୧୮ ନଭେମ୍ବର ୬ରେ ଭୁବନେଶ୍ୱର ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ମାତ୍ର ଶିକ୍ଷକ ପଦବୀ ପୂରଣ ବଦଳରେ ଏଠାରୁ ଅନ୍ୟତ୍ର ବଦଳି କରିଦିଆଯାଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।
ପ୍ରକାଶ ଯେ, ୨୦୧୫ରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଉଚ୍ଚ ବିଦ୍ୟାଳୟରେ ଘୋଷଣା କରାଗଲା। ପୂର୍ବରୁ ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ରହିଥିବାବେଳେ ପରେ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀ ଖୋଲାଗଲା। ମାତ୍ର ଶିକ୍ଷକ ନିଯୁକ୍ତି ହେଲେନାହିଁ। ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ହିଁ ନବମ ଏବଂ ଦଶମ ପିଲାଙ୍କୁ ପାଠ ପଢ଼ାଉଛନ୍ତି। ଫଳରେ ଗୁଣାତ୍ମକ ଶିକ୍ଷା ମିଳୁ ନ ଥିବା ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି। ବିଜ୍ଞାନ, ଗଣିତ, ଇଂଲିଶ, ସଂସ୍କୃତ, ହିନ୍ଦୀ, ଖେଳ ଶିକ୍ଷକ ଶୀଘ୍ର ନିଯୁକ୍ତି ପାଇଁ ପ୍ଲାକାର୍ଡ ଧରି ଦାବି ଜଣାଇଛନ୍ତି। ବୁଧବାର ବର୍ଷା ଲାଗିରହିଥିଲେ ମଧ୍ୟ ଆନ୍ଦୋଳନ ଜାରି ରହିଛି। ଖବର ଲେଖାଯିବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ନ ଥିବାରୁ ଉତ୍ତେଜନା ଦେଖାଦେଇଛି। ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ପୂର୍ବତନ ସମିତିସଭ୍ୟ ତଥା ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଉପେନ୍ଦ୍ର ବଳିଆର ସିଂ କହିଛନ୍ତି।
ଏନେଇ ବିଇଓ ବ୍ରହ୍ମାନନ୍ଦ ରାଉତଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ, ଏବେ ତାମାଙ୍ଗି ହାଇସ୍କୁଲ ପାଇଁ ଶିକ୍ଷକ ପଦବୀ ପୂରଣ କରିବା ସମ୍ଭବ ନୁହେଁ। ଆବଶ୍ୟକ ପବଦୀ ପୂରଣ ପାଇଁ ଶିକ୍ଷକ ଅଭାବ ରହିଛି। ଉକ୍ତ ବିଦ୍ୟାଳୟର ୨ ଜଣ ଶିକ୍ଷକ ଅନ୍‌ଲାଇନରେ ବଦଳି ପାଇଁ ଆବେଦନ କରିଥିଲେ। ତାଙ୍କ ବଦଳି ପରେ ସେଠାରେ ଦୁଇଜଣ ଏମ୍‌ଏ (ଏମ୍‌ଇଡି) ଶିକ୍ଷକଙ୍କୁ ଦିଆଯାଇଛି। ସେମାନେ ହିଁ ଏବେ ହାଇସ୍କୁଲ ଛାତ୍ରୀଛାତ୍ରଙ୍କୁ ପଢ଼ାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri