ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟରେ ତାଲା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।, ୬।୨(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ଦୁର୍ଗମ ପଞ୍ଚାୟତ ହାତୀମୁଣ୍ଡାର ତାମାଙ୍ଗି ସରକାରୀ ଉଚ୍ଚ ବିଦ୍ୟାଳୟ ଫାଟକରେ ବୁଧବାର ତାଲା ପକାଇ ଆନ୍ଦୋଳନ ଚଳାଇଛନ୍ତି ଛାତ୍ରୀଛାତ୍ର ଓ ଅଭିଭାବକ। ଶିକ୍ଷକ ପଦବୀ ପୂରଣ ସହ ବିଦ୍ୟାଳୟରେ ଲାଗିରହିଥିବା ବିଭିନ୍ନ ସମସ୍ୟା ସମାଧାନ ଦାବିରେ ଧାରଣାରେ ବସିଛନ୍ତି। ମହାତ୍ମା ଗାନ୍ଧୀ ଏବଂ ଡ. ଆମ୍ବେଡକରଙ୍କ ଫଟୋଚିତ୍ର ରଖି ବିକ୍ଷୋଭ ଚାଲିଛି। ବର୍ଷା ସତ୍ତ୍ୱେ ମଧ୍ୟ ଧାରଣା ଜାରି ରହିଛି। ଖବର ଲେଖାହେବା ସୁଦ୍ଧା ପ୍ରଶାସନ ପହଞ୍ଚତ୍ ନାହିଁ।
ତାମାଙ୍ଗି ବିଦ୍ୟାଳୟରେ ପ୍ରଥମରୁ ଦଶମ ପର୍ଯ୍ୟନ୍ତ ମୋଟ ୧୫୭ ଜଣ ଛାତ୍ରୀଛାତ୍ର ରହିଛନ୍ତି। ମାତ୍ର ୪ଟି କ୍ଲାସରୁମ୍‌ ରହିଥିବାବେଳେ, ପ୍ରଧାନ ଶିକ୍ଷକ ଭାବେ ଜଣେ ଶିକ୍ଷାସହାୟକ ଦାୟିତ୍ୱ ତୁଲାଉଛନ୍ତି। ତାଙ୍କୁ ମିଶାଇ ୬ ଜଣ ଶିକ୍ଷକ ୧୦ଟି ଶ୍ରେଣୀକୁ ପାଠପଢ଼ାଉଛନ୍ତି। ବୁଧବାର ସୁଦ୍ଧା ସମସ୍ୟା ସମାଧାନ ପାଇଁ ଅଞ୍ଚଳବାସୀ ଡେଡ୍‌ଲାଇନ୍‌ ଦେଇଥିଲେ। ଏହାପୂରଣ ପରେ ଧାରଣାକୁ ଓହ୍ଲାଇଛନ୍ତି। ପ୍ରମୁଖ ଦାବି ଗୁଡିକ ମଧ୍ୟରେ ରହିଛି ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ, ଶ୍ରେଣୀଗୃହ, ପାଚେରି, ଖେଳପଡ଼ିଆ ନିର୍ମାଣ ସହ ଛାତ୍ରୀଛାତ୍ରଙ୍କୁ ମୌଳିକ ସୁବିଧା ପ୍ରଦାନ ବ୍ୟବସ୍ଥା କରିବା। ପୂର୍ବରୁ ବିଦ୍ୟାଳୟ ପରିଚାଳନା କମିଟି ଏବଂ ଅଭିଭାବକ କମିଟି ଦାବି ପୂରଣ ପାଇଁ ସ୍ଥାନୀୟ ପ୍ରଶାସନ ଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ବହୁବାର ଅଭିଯୋଗ କରିଥିଲେ। ପ୍ରଶାସନ ବାରମ୍ବାର ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ପଦକ୍ଷେପ ନେଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ୨୦୧୮ ନଭେମ୍ବର ୬ରେ ଭୁବନେଶ୍ୱର ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ମାତ୍ର ଶିକ୍ଷକ ପଦବୀ ପୂରଣ ବଦଳରେ ଏଠାରୁ ଅନ୍ୟତ୍ର ବଦଳି କରିଦିଆଯାଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।
ପ୍ରକାଶ ଯେ, ୨୦୧୫ରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଉଚ୍ଚ ବିଦ୍ୟାଳୟରେ ଘୋଷଣା କରାଗଲା। ପୂର୍ବରୁ ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ରହିଥିବାବେଳେ ପରେ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀ ଖୋଲାଗଲା। ମାତ୍ର ଶିକ୍ଷକ ନିଯୁକ୍ତି ହେଲେନାହିଁ। ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ହିଁ ନବମ ଏବଂ ଦଶମ ପିଲାଙ୍କୁ ପାଠ ପଢ଼ାଉଛନ୍ତି। ଫଳରେ ଗୁଣାତ୍ମକ ଶିକ୍ଷା ମିଳୁ ନ ଥିବା ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି। ବିଜ୍ଞାନ, ଗଣିତ, ଇଂଲିଶ, ସଂସ୍କୃତ, ହିନ୍ଦୀ, ଖେଳ ଶିକ୍ଷକ ଶୀଘ୍ର ନିଯୁକ୍ତି ପାଇଁ ପ୍ଲାକାର୍ଡ ଧରି ଦାବି ଜଣାଇଛନ୍ତି। ବୁଧବାର ବର୍ଷା ଲାଗିରହିଥିଲେ ମଧ୍ୟ ଆନ୍ଦୋଳନ ଜାରି ରହିଛି। ଖବର ଲେଖାଯିବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ନ ଥିବାରୁ ଉତ୍ତେଜନା ଦେଖାଦେଇଛି। ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ପୂର୍ବତନ ସମିତିସଭ୍ୟ ତଥା ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଉପେନ୍ଦ୍ର ବଳିଆର ସିଂ କହିଛନ୍ତି।
ଏନେଇ ବିଇଓ ବ୍ରହ୍ମାନନ୍ଦ ରାଉତଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ, ଏବେ ତାମାଙ୍ଗି ହାଇସ୍କୁଲ ପାଇଁ ଶିକ୍ଷକ ପଦବୀ ପୂରଣ କରିବା ସମ୍ଭବ ନୁହେଁ। ଆବଶ୍ୟକ ପବଦୀ ପୂରଣ ପାଇଁ ଶିକ୍ଷକ ଅଭାବ ରହିଛି। ଉକ୍ତ ବିଦ୍ୟାଳୟର ୨ ଜଣ ଶିକ୍ଷକ ଅନ୍‌ଲାଇନରେ ବଦଳି ପାଇଁ ଆବେଦନ କରିଥିଲେ। ତାଙ୍କ ବଦଳି ପରେ ସେଠାରେ ଦୁଇଜଣ ଏମ୍‌ଏ (ଏମ୍‌ଇଡି) ଶିକ୍ଷକଙ୍କୁ ଦିଆଯାଇଛି। ସେମାନେ ହିଁ ଏବେ ହାଇସ୍କୁଲ ଛାତ୍ରୀଛାତ୍ରଙ୍କୁ ପଢ଼ାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

ଉତ୍ସାହିତ ଭାଜପା କର୍ମକର୍ତ୍ତା: ଗାଁ ଗାଁରେ ସରକାରୀ ଯୋଜନା ପହଞ୍ଚାଇବା ଲକ୍ଷ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ଏବେ ରାଜ୍ୟ ଓ କେନ୍ଦ୍ରରେ ଭାଜପା ସରକାର ଶାସନ କରୁଛି। ସେହିପରି କନ୍ଧମାଳ ସଂସଦୀୟ କ୍ଷେତ୍ର ମଧ୍ୟ ଭାଜପା ହାତରେ ରହିଛି। ଏହି ପ୍ରରିପ୍ରେକ୍ଷୀରେ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ

ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri