ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା: ରାସ୍ତାରେ ବସିଲେ ଛାତ୍ରୀଛାତ୍ର

ବନ୍ତଳା, ୭।୧୨(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଥାନା ନନ୍ଦପୁର ପ୍ରାଥମିକ ବିଦ୍ୟାଳୟରେ ବିଭିନ୍ନ ସମସ୍ୟାକୁ ନେଇ ସ୍ଥାନୀୟ ସରପଞ୍ଚ, ଅଭିଭାବକମାନେ ଶୁକ୍ରବାର ସକାଳେ ବିଦ୍ୟାଳୟ ଫାଟକରେ ତାଲା ପକାଇବା ସହିତ ରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ଫଳରେ ଛାତ୍ରୀଛାତ୍ରମାନେ ରାସ୍ତାରେ ବସି ପାଠ ପଢିଥିଲେ। ବ୍ଲକ ଶିକ୍ଷା ଅଧିକାରୀଙ୍କ ସହ ସରପଞ୍ଚ କଥା ହେବା ପରେ ମଧ୍ୟାହ୍ନ ୧୨ ଟାରେ ରାସ୍ତା ଅବରୋଧ ହଟିଥିଲା।
ଅଭିଭାବକଙ୍କ ଅଭିଯୋଗ ମୁତାବକ, ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୧୪୦ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଶିକ୍ଷାଦାନ ପାଇଁ ମାତ୍ର ୪ ଜଣ ଶିକ୍ଷକ ନିଯୁକ୍ତି ହୋଇଥିବାବେଳେ ଶିକ୍ଷକ ଜିତେନ୍ଦ୍ର ବେହେରାଙ୍କୁ ଅନ୍ୟ ବିଦ୍ୟାଳୟକୁ ଡେପୁଟେଶନରେ ପଠାଯାଇଛି। ଅନ୍ୟପକ୍ଷରେ ପ୍ରଧାନ ଶିକ୍ଷୟିତ୍ରୀ ଅନେକ ସମୟରେ ଅନୁପସ୍ଥିତ ରହୁଥିବା ଯୋଗୁ ପାଠପଢା ବ୍ୟାହତ ହେଉଛି। ଏ ନେଇ ସରପଞ୍ଚ ଓ ଶିକ୍ଷା କମିଟି ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି କରିଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇ ନ ଥିବା ଅଭିଯୋଗ ହୋଇଛି। ଫଳରେ ସରପଞ୍ଚ ଅନିତା ପ୍ରଧାନ, ଶିକ୍ଷା ପରିଚାଳନା କମିଟି ସଭାପତି ନିତ୍ୟାନନ୍ଦ ମାଝିଙ୍କ ସମେତ ସମସ୍ତ ଅଭିଭାବକମାନେ ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟରେ ତାଲା ପକାଇବାସହିତ ରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ଏଥିଯୋଗୁ ରାସ୍ତାର ଉଭୟପାର୍ଶ୍ୱରେ ବହୁ ଗାଡି ଅଟକି ରହିଥିଲା। ଏ ସମ୍ପର୍କରେ ବ୍ଲକ ଶିକ୍ଷା ଅଧିକାରୀ ଲୋପାମୁଦ୍ରା ପଟ୍ଟନାୟକ କହିଛନ୍ତି, ସରପଞ୍ଚଙ୍କୁ ଫୋନ ମାଧ୍ୟମରେ କହିବା ପରେ ରାସ୍ତା ଅବରୋଧ ହଟିଥିଲା। ଡେପୁଟେଶନରେ ଆସିଥିବା ଶିକ୍ଷକଙ୍କୁ ଫେରାଇ ଦିଆଯିବ। ପ୍ରଧାନ ଶିକ୍ଷୟିତ୍ରୀଙ୍କ ଅନୁପସ୍ଥିତି ବାବଦରେ ସୋମବାର ତଦନ୍ତରେ ଯିବୁ ବୋଲି ସେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri