ଶିକ୍ଷକ ପଦବୀ ପୂରଣ ଦାବି: ବିଦ୍ୟାଳୟ ଫାଟକ ସମ୍ମୁଖରେ ଧାରଣା

ବାହାନଗା,୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନ ଥିବାରୁ ପାଠ ପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି। ତେଣୁ ଶିକ୍ଷକ ପଦବୀ ପୂରଣ ଦାବି ନେଇ ଗ୍ରାମବାସୀ, ଅବିଭାବକ ଓ ଛାତ୍ରୀଛାତ୍ର ବୁଧବାରେ ବିଦ୍ୟାଳୟ ଫାଟକ ସମ୍ମୁଖରେ ଧାରଣାରେ ବସିଛନ୍ତି।