ଶିକ୍ଷକ ବଦଳିକୁ ନେଇ ଉତ୍ତେଜନା: ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଖୁଣ୍ଟା,୧୧ା୯(ଡି.ଏନ୍‌.ଏ.)- ଖୁଣ୍ଟା ବ୍ଲକ ଅଧୀନ ସୋନପୋଖରୀ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ବଦଳିକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ଗ୍ରାମବାସୀମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଦେଇଥିଲେ।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ସେମାନେ ଏକ ମାସ ପୂର୍ବରୁ ଉକ୍ତ ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ଶିକ୍ଷକଙ୍କୁ ବଦଳି କରିବା ପାଇଁ ବ୍ଲକ ଶିକ୍ଷାଧିକାରୀଙ୍କୁ ଲିଖିତ ଭାବେ ଜଣାଇଥିଲେ। ଏଥିନେଇ ବିଚାର କରିବେ ବୋଲି ଶିକ୍ଷାଧିକାରୀ କହିଥିଲେ। ମାତ୍ର ଅଭିଯୋଗ ହୋଇଥିବା ଶିକ୍ଷକଙ୍କୁ ବଦଳି କରା ନ ଯାଇ ଅନ୍ୟ ଜଣେ ଶିକ୍ଷକଙ୍କୁ ବଦଳି କରାଯାଇଥିଲା। ଏକଥା ଜାଣିବା ପରେ ଗ୍ରାମରେ ଅସନ୍ତୋଷ ପ୍ରକାଶ ପାଇଥିଲା। ମଙ୍ଗଳବାର ବିଦ୍ୟାଳୟ ଖୋଲିବା ସମୟରେ ଶତାଧିକ ଗ୍ରାମବାସୀ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିଲେ। ଫଳରେ ଶିକ୍ଷୟତ୍ରୀଶିକ୍ଷକଙ୍କ ସମେତ ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଯାଇପାରି ନ ଥିଲେ। ଖବରପାଇ ଅତିରିକ୍ତ ଶିକ୍ଷାଧିକାରୀ(ଏବିଇଓ) ବୃନ୍ଦାବନ ମାର୍ଣ୍ଡି ବିଦ୍ୟାଳୟରେ ପହଞ୍ଚି ବୁଝାସୁଝା କରିଥିଲେ ମଧ୍ୟ ଗ୍ରାମବାସୀମାନେ ସେମାନଙ୍କ ଜିଦରେ ଅଟଳ ରହିଥିଲେ। ପରେ ଖୁଣ୍ଟା ବ୍ଲକ ଅଧକ୍ଷ ପୁଷ୍ପଲତା ମାର୍ଣ୍ଡି ଏହି ଘଟଣାରେ ହସ୍ତକ୍ଷେପ କରିବାରୁ ଏବିଇଓ ମାର୍ଣ୍ଡି ବଦଳି କରାଯାଇଥିବା ଶିକ୍ଷକଙ୍କ ବଦଳି ଆଦେଶ ରଦ୍ଦ କରାଯିବ ବୋଲି ଗ୍ରାମବାସୀଙ୍କୁ ଲିଖିତ ଦେବା ପରେ ଉତ୍ତେଜନା ସାମୟିକ ଭାବେ ହ୍ରାସ ପାଇଥିଲା। ତେବେ ଅଭିଯୋଗ କରାଯାଇଥିତ୍ବା ଶିକ୍ଷକଙ୍କୁ ବଦଳି କରା ନଗଲେ ଅଭିଭାବକମାନେ ସେମାନଙ୍କ ପିଲାଙ୍କ ଟିସି ନେଇଯିବେ ବୋଲି ଚେତାବନୀ ଦେଇଛନ୍ତି । ଅପରପକ୍ଷେ ବିଦ୍ୟାଳୟରେ ତାଲା ପଡିବା ଯୋଗୁ ମଧ୍ୟାହ୍ନଭୋଜନ ରୋଷେଇ ହୋଇ ନ ଥିଲା। ଛାତ୍ରଛାତ୍ରୀମାନଙ୍କୁ ଖାଇବା ପାଇଁ ମୁଢି ଦିଆଯାଇଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri