ଶିକ୍ଷାଗତ ଯୋଗ୍ୟତାର ୩ ପ୍ରକାର ତଥ୍ୟ ରଖିଛନ୍ତି ମନ୍ତ୍ରୀ: କଂଗ୍ରେସ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ପ୍ରତିନିଧି ଆଇନ ୧୯୫୧ ବ୍ୟବସ୍ଥା ଅନୁଯାୟୀ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ଶିକ୍ଷାଗତ ଯୋଗ୍ୟତାର ଆବଶ୍ୟକତା ନ ଥାଏ। ମାତ୍ର ପ୍ରାର୍ଥୀମାନେ ନିଜକୁ ବଡ଼ ଦେଖାଇବା ନଚେତ୍‌ ନିଜର ବାସ୍ତବ ଶିକ୍ଷାଗତ ଯୋଗ୍ୟତାକୁ ଲୁଚାଇବା ପାଇଁ ଅନେକ ସମୟରେ ଭୁଲ ତଥ୍ୟ ଦେଉଛନ୍ତି। ଏହିକ୍ରମରେ କ୍ୟାବିନେଟ ମନ୍ତ୍ରୀ ପଦ୍ମନାଭ ବେହେରା ନିଜର ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ବାରମ୍ବାର ଭୁଲ ଓ ଭିନ୍ନ ଭିନ୍ନ ତଥ୍ୟ ଦେଇଛନ୍ତି। ଯାହାର ସମ୍ପୂର୍ଣ୍ଣ ତଥ୍ୟ ମିଳିଥିବା କଂଗ୍ରେସ ଅଭିଯୋଗ କରିବା ସହ ମନ୍ତ୍ରୀଙ୍କ ବହିଷ୍କାର ଦାବି କରିଛନ୍ତି।
କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟଠାରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳୀୟ ନେତା ନିଶିକାନ୍ତ ମିଶ୍ର କହିଛନ୍ତି ଯେ, କ୍ୟାବିନେଟ୍‌ ମନ୍ତ୍ରୀ ବେହେରା ୨୦୦୪ରୁ ୨୦୧୯ ମସିହା ମଧ୍ୟରେ ଦାଖଲ କରିଥିବା ୪ଟି ସତ୍ୟପାଠରେ ୩ ପ୍ରକାର ତଥ୍ୟ ଦେଖାଇଛନ୍ତି। ୨୦୦୪ରେ ସେ ଦାଖଲ କରିଥିବା ସତ୍ୟପାଠରେ ୧୯୭୨ରେ ମାଟ୍ରିକ ପରୀକ୍ଷା ଦେଇଥିବା ଦର୍ଶାଇଥିଲେ। ୨୦୦୯ରେ ବୀରମହାରାଜପୁର ସଂରକ୍ଷିତ ଆସନରୁ ନାମାଙ୍କନ ପତ୍ର ଦାଖଲ କରିଥିଲେ। ସେତେବେଳେ ସେ ୧୯୭୩ରେ ମାଟ୍ରିକ ପାସ୍‌ କରିଥିଲେ ବୋଲି ସତ୍ୟପାଠରେ ଦର୍ଶାଇଥିଲେ। ସେହିପରି ୨୦୧୪ରେ ସମାନ ତଥ୍ୟ ରଖିଥିଲେ। ମାତ୍ର ୨୦୧୯ ସାଧାରଣ ନିର୍ବାଚନରେ ବିଜୟୀ ହେବା ପରେ ନିଜ ସତ୍ୟପାଠରେ ୧୯୭୩ରେ ଅଷ୍ଟମ ପାସ୍‌ କରିଥିବା ଦର୍ଶାଇଥିଲେ। ୪ଟି ସତ୍ୟପାଠରେ ଶିକ୍ଷାଗତ ଯୋଗ୍ୟତା ନେଇ ୩ ପ୍ରକାର ତଥ୍ୟ ଦେଖାଇବା ଦଣ୍ଡନୀୟ ଅପରାଧ ବୋଲି ନିଶିକାନ୍ତ ଅଭିଯୋଗ କରିଛନ୍ତି।
ନିର୍ବାଚନରେ ମନ୍ତ୍ରୀ ନିଜ ଶିକ୍ଷାଗତ ଯୋଗ୍ୟତା ନେଇ ମିଥ୍ୟ ସତ୍ୟପାଠ ଦାଖଲ କରିଥିବା ଭଗବାନ ନାମକ ଜଣେ ବ୍ୟକ୍ତି ହାଇକୋର୍ଟରେ ପିଟିଶନ ଦାଖଲ କରିଥିଲେ। ଏନେଇ ବୀରମହାରାଜପୁର ଥାନାରେ ମାମଲା ରୁଜୁ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ହାଇକୋର୍ଟଙ୍କ ନିର୍ଦ୍ଦେଶ ମିଳିବା ସତ୍ତ୍ୱେ କାହିଁକି ମାମଲା ରୁଜୁ କରାଯାଇ ନାହିଁ ବୋଲି ନିଶିକାନ୍ତ ପ୍ରଶ୍ନ ଉଠାଇଛନ୍ତି। ଏହି ଘଟଣାକୁ ମାସେ ପୂରିବା ପରେ ଘଟଣାର ଅନୁଧ୍ୟାନ କରାଯାଉଥିବା ସୁବର୍ଣ୍ଣପୁର ଏସ୍‌ପି କହୁଛନ୍ତି। ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପାଇଁ କାହାର ଅନୁମତି ଆବଶ୍ୟକ ପଡୁଛି ଏ କଥା ସ୍ପଷ୍ଟ କରିବା ପାଇଁ କଂଗ୍ରେସ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri