ଶିକ୍ଷାନୁଷ୍ଠାନ ପାଖରେ ତମାଖୁ ବିକ୍ରି ବନ୍ଦ କର

ଭୁବନେଶ୍ୱର, ୭ା୧୧ (ବ୍ୟୁରୋ) ବିଭିନ୍ନ ଶିକ୍ଷାନୁଷ୍ଠାନ ନିକଟରେ ଗୁଟ୍‌ଖା ଓ ତମାଖୁ ବିକ୍ରି ନ କରିବା ପାଇଁ ନିର୍ଦ୍ଦେଶନାମା ଜାରି ହୋଇଥିଲେ ମଧ୍ୟ ଏହା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉନାହିଁ। ବ୍ୟବସାୟୀମାନେ ବେଆଇନ ଭାବେ ଏହି ବେପାର ଜାରି ରଖିଛନ୍ତି। ଏ ସଂକ୍ରାନ୍ତରେ ତୁରନ୍ତ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଓଡ଼ିଶା ମାନବ ଅଧିକାର କମିଶନ (ଓଏଚ୍‌ଆର୍‌ସି) ରାଜ୍ୟ ସରକାରଙ୍କ ଗୃହ ବିଭାଗ ପ୍ରମୁଖ ଶାସନ ସଚିବ ଏବଂ ପୋଲିସ କମିଶନରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ସରକାରଙ୍କ ଗାଇଡଲାଇନ କେତେଦୂର ପାଳନ କରାଯାଇଛି ତାହା ଉପରେ ମତାମତ ଉପସ୍ଥାପନ କରିବା ପାଇଁ ଓଏଚ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି। ଡିସେମ୍ବର ୧୮ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି। ତା’ ପୂର୍ବରୁ ଏହି ସବୁ ରିପୋର୍ଟ କମିଶନଙ୍କ ନିକଟରେ ଉପସ୍ଥାପନ କରିବା ପାଇଁ କୁହାଯାଇଛି। ସୂଚନା ମୁତାବକ, ବିଭିନ୍ନ ଶିକ୍ଷାନୁଷ୍ଠାନ ନିକଟରେ ଗୁଟ୍‌ଖା, ତମାଖୁ ତଥା ହୁକ୍କା ଆଦି ନିଶାଦ୍ରବ୍ୟ ବିକ୍ରି ତୁରନ୍ତ ବନ୍ଦ କରିବା ନେଇ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ବୁଧବାର ଓଡ଼ିିଶା ଅଭିଭାବକ ମହାସଂଘ କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗୁଟ୍‌ଖା ସେବନ ସ୍ବାସ୍ଥ୍ୟ ପ୍ରତି ବିପଦ ହୋଇଥିବାରୁ ସ୍କୁଲ, କଲେଜ, ମେଡିକାଲ ଓ ଅନ୍ୟ କେତେକ ସମ୍ବେଦନଶୀଳ ସ୍ଥାନରେ ଏହାର ବିକ୍ରି ଉପରେ କଟକଣା ରହିଛି। ମାତ୍ର ଏହା ଉପରେ ସମ୍ପୂର୍ଣ୍ଣ ରୋକ୍‌ ଲଗାଯାଇପାରିନାହିଁ। ଏ ନେଇ ମାନବାଧିକାର କର୍ମୀ ବାସୁଦେବ ଭଟ୍ଟ ଓଏଚ୍‌ଆର୍‌ସିଙ୍କ ଦ୍ବାରସ୍ଥ ହୋଇଥିଲେ। କମିଶନ ଏହି ମାମଲାର ବିଚାର କରି ସରକାରଙ୍କୁ ନୋଟିସ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri