ଶିକ୍ଷାବିତ୍‌ ତଥା ସାମ୍ବାଦିକଙ୍କ ପରଲୋକ:ବିଭିନ୍ନ ମହଲରେ ଶୋକର ଛାୟା

ଖଣ୍ଡପଡ଼ା,୨୦ା୯(ସ୍ବ.ପ୍ର.): ବିଶିଷ୍ଟ ଶିକ୍ଷାବିତ୍‌ ତଥା ବରିଷ୍ଠ ଖବରଦାତା ପ୍ରଫୁଲ୍ଲ ଚନ୍ଦ୍ର ଦାଶ(୭୧)ଙ୍କ ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ରାହ୍ମଣ ସାହିସ୍ଥ ତାଙ୍କ ବାସଭବନରେ ଗୁରୁବାର ସକାଳେ ପରଲୋକ ଘଟିଛି। ବୁଧବାର ରାତିରେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଉଥିବା ବେଳେ ହଠାତ୍‌ ତାଙ୍କର ମୃତ୍ୟୁ ଘଟିଥିବା ପରିବାରବର୍ଗଙ୍କ ସୂତ୍ରରୁ ପ୍ରକାଶ। ଖବର ପ୍ରଚାରିତ ହେବା ପରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ଜନସାଧାରଣ ତାଙ୍କ ବାସଭବନରେ ପହଞ୍ଚତ୍ ଶେଷଦର୍ଶନ କରିଥିଲେ। ସ୍ବର୍ଗତ ଦାଶ ୧୯୯୨ରୁ ୨୦୧୧ ମସିହା ପର୍ଯ୍ୟନ୍ତ ଖଣ୍ଡପଡା ମହିଳା ମହାବିଦ୍ୟାଳୟର ପ୍ରଥମ ଅଧ୍ୟକ୍ଷ ଭାବେ କାର୍ଯ୍ୟକରି ଅବସର ଗ୍ରହଣ କରିଥିଲେ ା ରାଜ୍ୟ ଉତ୍କଳ ସାମ୍ବାଦିକ ସଂଘର ଉପ ସଭାପତି ଓ ନୟାଗଡ଼ ଜିଲା ପେସାଦାର ସାମ୍ବାଦିକ ସଂଘର ସାଧାରଣ ସମ୍ପାଦକ ଏବଂ ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ସେ ଦାୟିତ୍ୱ ତୁଲାଇଥିଲେ। ଖଣ୍ଡପଡ଼ା ଆଞ୍ଚଳିକ ସାମ୍ବାଦିକ ସଂଘ ସଦସ୍ୟମାନେ ତାଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ା ସଂଘ କାର୍ଯ୍ୟାଳୟ ପରିସରରେ ବରିଷ୍ଠ ସଭ୍ୟ ରବୀନ୍ଦ୍ର କୁମାର ପଟ୍ଟନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ଶୋକ ସଭାରେ ଜିଲା ପେସାଦାର ସାମ୍ବାଦିକ ସଂଘ ସଭାପତି ପ୍ରମୋଦ ପଟ୍ଟନାୟକ, ବରିଷ୍ଠ ଆଇନଜୀବୀ ମାଧବ ପ୍ରସାଦ ମିଶ୍ର, ଗିରିଜା ଶଙ୍କର ତରାସିଆ, ଶିଶୁ କବି କାଶୀନାଥ ଦାସ ପ୍ରମୁଖ ଉପସ୍ଥିତ ରହି ସ୍ବର୍ଗତ ଦାଶଙ୍କ ସ୍ମୃତିଚାରଣ କରିଥିଲେ। ସ୍ବର୍ଗତ ଦାଶଙ୍କ ବିୟୋଗରେ ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂହମର୍ଦ୍ଦରାଜ, ପୂର୍ବତନ ବିଧାୟିକା ବିଜୟଲକ୍ଷ୍ମୀ ପଟ୍ଟନାୟକ, ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ, ବରିଷ୍ଠ ଭାଜପା ନେତା କ୍ୟାପଟେନ ଶିବ ପ୍ରସାଦ ଭଞ୍ଜ, ବନାଞ୍ଚଳ ଅଧିକାରୀ ଶ୍ରୀଧର ପଣ୍ଡା ପ୍ରମୁଖ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ା ରାଜ୍ୟର ୬୬୨ ବର୍ଗ ମହାବିଦ୍ୟାଳୟ ସଂଘ ଉପଦେଷ୍ଟା ଭାବରେ କାର୍ଯ୍ୟ କରିଥିବା ସ୍ବର୍ଗତ ଦାଶଙ୍କ ମୃତ୍ୟୁ ଖବରରେ ସଂଘର ରାଜ୍ୟ ସଭାପତି ଗୋଲକ ନାୟକ, ସମ୍ପାଦକ ଡ. ଗଗନ ବେହେରା, ସତାପ ଉଦ୍ଦିନ ମହମ୍ମଦ, ଅଶୋକ ପୁରୋହିତ ଶୋକ ବ୍ୟକ୍ତ କରିଛନ୍ତି ା ତାଙ୍କ ମର ଶରୀରକୁ ଶୋଭାଯାତ୍ରାରେ ଖଣ୍ଡପଡ଼ା ମହିଳା ମହାବିଦ୍ୟାଳୟ ପରିସରକୁ ନିଆଯିବା ପରେ ସେଠାରେ ସମସ୍ତ ଅଧ୍ୟାପିକା, ଅଧ୍ୟାପକ, କର୍ମଚାରୀଙ୍କ ସମେତ ଛାତ୍ରୀମାନେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ପରେ ତାଙ୍କୁ ଆଞ୍ଚଳିକ ସାମ୍ବାଦିକ ସଂଘ କାର୍ଯ୍ୟାଳୟ ପରିସରକୁ ନିଆଯାଇଥିଲା। ଅପରାହ୍ନରେ ସ୍ଥାନୀୟ ଶ୍ମଶାନ ଘାଟରେ ଏକ ଶୋକାକୁଳ ପରିବେଶରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା ା ତାଙ୍କର ଏକମାତ୍ର ପୁତ୍ର ସମରେନ୍ଦ୍ର ପ୍ରତାପ ଦାଶ ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri