ଶିକ୍ଷାବିତ୍‌ ତାରାପ୍ରସାଦ ମହାପାତ୍ରଙ୍କ ପରଲୋକ

ବ୍ରହ୍ମପୁର ଅଫିସ,୨୧।୧: ବରିଷ୍ଠ ଶିକ୍ଷାବିତ୍‌ ତଥା ସ୍ବର୍ଗତ ପଣ୍ଡିତ ବାଇକୋଳି ମହାପାତ୍ର(ଜ୍ୟୋତିଷ ବିଶାରଦ)ଙ୍କ ପୁତ୍ର ତାରାପ୍ରସାଦ ମହାପାତ୍ରଙ୍କ(୮୫)ର ସୋମବାର ପରଲୋକ ଘଟିଛି। ସ୍ବର୍ଗତ ମହାପାତ୍ର ଖଲ୍ଲିକୋଟର ରାମଚନ୍ଦ୍ର ବିଜ୍ଞାନ ମହାବିଦ୍ୟାଳୟ, ବ୍ରହ୍ମପୁର ସିଟି କଲେଜ, ବୀରମିତ୍ରପୁର ମହାବିଦ୍ୟାଳୟ ଏବଂ ଗୁଣପୁର ମହାବିଦ୍ୟାଳୟରେ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ ା ଖଲ୍ଲିକୋଟ ନିବାସୀ ସ୍ବର୍ଗତ ତାରାପ୍ରସାଦଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ମୃତ୍ୟୁ ଖବର ପାଇ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଗଜପତିନଗର ୩ୟ ଲାଇନରେ ଥିବା ତାଙ୍କ ବାସଭବନରେ ଶେଷ ଦର୍ଶନ କରିଥିଲେ। ତାଙ୍କ ବିୟୋଗରେ ଖଲ୍ଲିକୋଟ ଆରସିଏମ୍‌ ବିଜ୍ଞାନ କଲେଜ ଛାତ୍ରୀଛାତ୍ର ଏବଂ ଅଞ୍ଚଳବାସୀଙ୍କ ପକ୍ଷରୁ ବଡଦାଣ୍ଡ ସାହିରେ ସ୍ମୃତି ଚାରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ସନ୍ଧ୍ୟାରେ ପୁରୀ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏ ଅବସରରେ ତାଙ୍କ ପୁତ୍ର ସୁଧାଂଶୁ ମୋହନ ମହାପାତ୍ର, ଜଗନ ମୋହନ ମହାପାତ୍ର, ଅଖିଳ ମୋହନ ମହାପାତ୍ର, ନିଖିଳ ମୋହନ ମହାପାତ୍ର, ପ୍ରୀତିମୋହନ ମହାପାତ୍ରଙ୍କ ସମେତ ଝିଅ ନମିତା ଦାଶ, ଜ୍ୱାଇଁ ରବୀନ୍ଦ୍ର କୁମାର ଦାଶ, ଲୋକସେବକ ମଣ୍ଡଳ ଆଜୀବନ କର୍ମୀ ରାଜେନ୍ଦ୍ର କୁମାର ଜେନା, ରାଜେଶ କୁମାର ସାହୁ, ସୁବ୍ରତ କୁମାର ସାହୁ ଓ ଗୌରୀ ଶଙ୍କର ମିଶ୍ରଙ୍କ ସମେତ ବନ୍ଧୁବାନ୍ଧବ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri