ଶିକ୍ଷାର ଉନ୍ନତି ପାଇଁ ଭାରତକୁ ସହଯୋଗ କରିବ ଚାଇନା

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଚାଇନାର କନସୁଲ୍‌ ଜେନେରାଲ୍‌ ଝା ଲିଉ ଓ ତାଙ୍କର ପତ୍ନୀ ଝେଙ୍ଗ ହୁଇକୁନ୍‌ ସୋମବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ପରିଦର୍ଶନ କରିଛନ୍ତି। ସାଇ ଇଣ୍ଟରନ୍ୟାଶନାଲ୍‌ର ଫାଉଣ୍ଡର ଡ. ବିଜୟ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଝା ଲିଉ କହିଥିଲେ, ଚାଇନାର ପ୍ରମୁଖ ବିଶ୍ୱବିଦ୍ୟାଳୟ ଏବଂ ଖ୍ୟାତନାମା କମ୍ପାନୀଗୁଡ଼ିକ ସହ ଇଣ୍ଟର୍ନଶିିପ୍‌ କାର୍ଯ୍ୟକ୍ରମ ତ୍ୱରାନ୍ବିତ କରାଯିବ। ଏଥିସହ ସମର କ୍ୟାମ୍ପ ମାଧ୍ୟମରେ ଦୁଇ ଦେଶର ଛାତ୍ରୀଛାତ୍ରମାନେ ପରସ୍ପର ଯୋଡ଼ି ହୋଇ ଖେଳ, ଭାଷା ଓ ସଂସ୍କୃତି ବିଷୟରେ ଜାଣିବାର ସୁଯୋଗ ପାଇବେ। ଝା ଲିଉ ଆହୁରି କହିଥିଲେ, ଓଡ଼ିଶା ବୌଦ୍ଧ ଧର୍ମର ଜନ୍ମସ୍ଥାନ। ଏହା ଚାଇନା ପାଇଁ ଭାରତର ଏକ ବଡ଼ ଉପହାର ସଦୃଶ। ତେଣୁ ଶିକ୍ଷାର ଉନ୍ନତି ପାଇଁ ଭାରତକୁ ସହଯୋଗର ହାତ ବଢ଼ାଇବ ଚାଇନା। ଉଭୟ ଦେଶର ଛାତ୍ରୀଛାତ୍ରଙ୍କ ମଧ୍ୟରେ ଭାବବିନିମୟ କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦିଆଯିବ। ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଭାରତର ପ୍ରଥମ ସ୍କୁଲ ଭାବେ ଚାଇନା ସହ ଯୋଡ଼ିହୋଇଛି। ଏହି ଅବସରରେ ସ୍କୁଲର ଭାଇସ୍‌ ଚେୟାରପର୍ସନ୍‌ ଡ. ଶିଳ୍ପୀ ସାହୁ, ପ୍ରିନ୍ସିପାଲ ନୀଳକଣ୍ଠ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri