ଶିକ୍ଷା ଅବ୍ୟବସ୍ଥାକୁ ନେଇ ଉଦ୍‌ବେଗ

ବାରିପଦା ଅଫିସ,୮।୧: ମୟୂରଭଞ୍ଜ ଜିଲା ବାରିପଦା ମୁର୍ଗାବାଡ଼ିସ୍ଥିତ ପ୍ରୟାସ ସମ୍ମିଳନୀ କକ୍ଷରେ ଜିଲା ପରିଷଦର ୪ର୍ଥ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହଁାସଦାଙ୍କ ଅଧ୍ୟକ୍ଷତାରେ ୨୬ ବ୍ଲକ୍‌ରୁ ୫୬ଟି ଜିଲାପରିଷଦ ସଦସ୍ୟା ସଦସ୍ୟ, ୨୬ ପଞ୍ଚାୟତ ସମିତି ଅଧ୍ୟକ୍ଷା ଅଧ୍ୟକ୍ଷ ଓ ବିଭିନ୍ନ ସରକାରୀ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଶିକ୍ଷା, ସ୍ବାସ୍ଥ୍ୟ, ଜଳସେଚନ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଜିଲା ମଙ୍ଗଳ, ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଓ ଜନକଲ୍ୟାଣ କାର୍ଯ୍ୟର ଅଗ୍ରଗତି ଓ ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ।
ପ୍ରାରମ୍ଭରେ ଦିବଙ୍ଗତ ପ୍ରାକ୍ତନ ମନ୍ତ୍ରୀ ଗୋଲକ ନାଏକଙ୍କ ସ୍ମୃତିରେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଜିଲା ପରିଷଦର ସଦସ୍ୟମାନେ ଗୃହରେ ଉଦ୍‌ବେଗ ପ୍ରକାଶ କରିଥିଲେ। ଜିଲାରେ ୪ ହଜାର ୫ଶହ ସ୍କୁଲ ମଧ୍ୟରୁ କିଛି ସ୍ଥାନରେ ଶିକ୍ଷକ ଅଭାବକୁ ନେଇ ପାଠପଢ଼ା ବାଧାପ୍ରାପ୍ତ ହୋଇଛି। ଦୁଇ ମାସ ପରେ ବାର୍ଷିକ ପରୀକ୍ଷାଥିବା ବେଳେ ଛାତ୍ରୀଛାତ୍ରମାନେ ଶିକ୍ଷା ନପାଇ କିପରି ପରୀକ୍ଷା ଦେବେ ବୋଲି ପ୍ରଶ୍ନ ଉଠାଇଥିଲେ। ସେହିପରି ଜିଲାରେ ଥିବା ୬୩୦ ହାଇସ୍କୁଲ ମଧ୍ୟରୁ ୪୯୦ଟି ବିଦ୍ୟାଳୟ ୫-ଟି ଅଧୀନକୁ ଆସିଥିବା ବେଳେ ନିମ୍ନମାନର କାର୍ଯ୍ୟ ପାଇଁ ତାହା ଭୂଶୁଡ଼ି ପଡୁଥିବାର ଅଭିଯୋଗ କରିଥିଲେ। ବିଭାଗୀୟ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାରେ ୫-ଟି ଯୋଜନାରେ ‘ଆମ ହସ୍ପିଟାଲ’ ଭାବେ ରୂପାନ୍ତରିତ ହେବ ବୋଲି ସୂଚନା ପ୍ରଦାନ କରିଛନ୍ତି। ୭ଫେବୃଆରୀରୁ ୧୦ପର୍ଯ୍ୟନ୍ତ ମେଗା କୃଷି ମେଳା ଆୟୋଜନ କରାଯାଉଛି। ସେହିପରି ମିଲେଟ୍‌ ମିଶନରେ ଜିଲାର ୧୨ଟି ବ୍ଲକ୍‌ରେ ଏହା କାର୍ଯ୍ୟକାରୀ ନେଇ ସୂଚନା ପ୍ରଦାନ କରାଯାଇଥିଲା। ବୈଠକରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତିର ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ରାଜ୍ୟସଭା ସଦସ୍ୟା ମମତା ମହାନ୍ତ, ପ୍ରାକ୍ତନ ମନ୍ତ୍ରୀ ସୁଦାମ ମାରାଣ୍ଡି, ବିଧାୟକ ରାଜ କିଶୋର ଦାସ, ବିଧାୟକ ସନାତନ ବିଜୁଳି, ବିଧାୟକ ପ୍ରକାଶ ସୋରେନ, ବିଧାୟକ ଡା.ବୁଢ଼ାନ ମୁର୍ମୁ, ଜିଲାପରିଷଦ ଉପାଧ୍ୟକ୍ଷ ବିପିନ ସିଂବଦ୍ରା, ଜିଲାପାଳ ବିନୀତ ଭରଦ୍ୱାଜ, ପିଡି ଡିଆରଡିଏ ଦୌଲତ ଚନ୍ଦ୍ରକାର ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri