ଶିକ୍ଷା ପାଇଁ ଶୋଇବା ସମୟ କମୁଛି

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ଓଡ଼ିଶା ଅଭିବାଭକ ମହାସଂଘ ପକ୍ଷରୁ ‘ଗୁଣାତ୍ମକ ଶିକ୍ଷା ଓ ଉତ୍ତମ ଶିଶୁ ସ୍ବାସ୍ଥ୍ୟ’ ଶୀର୍ଷକ କର୍ମଶାଳା ଶୁକ୍ରବାର ଇମେଜ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି। କର୍ମଶାଳାରେ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଅତିଥିଭାବେ ଯୋଗଦେଇ କହିଥିଲେ, ବେସରକାରୀ ବିଦ୍ୟାଳୟମାନେ ସକାଳ ୬ଟାରୁ ସ୍କୁଲ ଖୋଲୁଛନ୍ତି। ଏହା ଶିଶୁମାନଙ୍କ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି। ଗୁଣାତ୍ମକ ଶିକ୍ଷା କ୍ଷେତ୍ରରେ ବିକାଶ କରିବା ପାଇଁ ରାଜ୍ୟ ସରକାର ସର୍ବଦା କାର୍ଯ୍ୟ କରୁଛନ୍ତିି। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଶିକ୍ଷାର ବିଭିନ୍ନ ଦିଗ ଉପରେ ବର୍ଣ୍ଣନା କରିଥିଲେ। ଆଜିକାଲି ପିଲାମାନେ ଶିକ୍ଷା ପଛରେ ଧାଇଁ ପର୍ଯ୍ୟାପ୍ତ ପରିମାଣରେ ଶୋଇପାରୁନାହାନ୍ତି। ଠିକ୍‌ ସମୟରେ ଓ ପର୍ଯ୍ୟାପ୍ତ ପରିମାଣରେ ନ ଶୋଇଲେ ଶିଶୁଙ୍କ ମାନସିକ, ଶାରୀରିକ, ବୌଦ୍ଧିକ ଓ ସର୍ବସମ୍ପନ୍ନ ବିକାଶ ଠିକ୍‌ ଭାବେ ହୋଇପାରିବ ନାହିଁ। ତେଣୁ ସରକାର ଏ ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ଉଚିତ ବୋଲି କର୍ମଶାଳାରେ ମତପ୍ରକାଶ ପାଇଛି। ଏଥିରେ ପ୍ରାୟ ୩୦୦ ବ୍ୟକ୍ତିବିଶେଷ ଯୋଗଦେଇ ନିଜ ନିଜର ମତାମତ ଓ ଗବେଷଣାତ୍ମକ ପ୍ରବନ୍ଧ ଉପସ୍ଥାପନା କରିଥିଲେ। ଓଡ଼ିଶା ଅଭିଭାବକ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କର୍ମଶାଳାରେ ଓଏସ୍‌ସିପିସିଆର୍‌ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ, ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ପରାମର୍ଶଦାତା ବିଜୟ କୁମାର ସାହୁ ପ୍ରମୁଖ ଯୋଗଦେଇଥିଲେ। ମନୋଜ ଜେନା ଧନ୍ୟବାଦ ଦେଇଥିଲେ। ମହାସଂଘର ସହଅଧ୍ୟକ୍ଷ ପ୍ରସନ୍ନ ବିଷୋୟୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri