ଶିକ୍ଷା ବିଭାଗର ନିଷ୍ପତ୍ତିକୁ ଓଷ୍ଟାର ବିରୋଧ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ପକ୍ଷରୁ ରାଜ୍ୟ ସରକାର ଦେଇଥିବା ପ୍ରେସ୍‌ ଇସ୍ତାହାରକୁ ବିରୋଧ କରାଯାଇଛି। ଓଷ୍ଟାର ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି କହିଛନ୍ତି, ସରକାର ଶିକ୍ଷକ ‘ମୁତୟନ’ ମାନସିକତାରୁ ଓହରି ଶୂନ୍ୟ ପଡ଼ିଥିବା ପଦବୀରେ ଶିକ୍ଷକ ନିଯୁକ୍ତି କରନ୍ତୁ। ମୁତୟନ ଶବ୍ଦ ଅନ୍ୟ କର୍ମଚାରୀଙ୍କ କ୍ଷେତ୍ରରେ ପ୍ରଯୁଜ୍ୟ ହୋଇପାରେ, କିନ୍ତୁ ଶିକ୍ଷାଦାନ କ୍ଷେତ୍ରରେ ମୁତୟନ ବା ଡିପ୍ଲୟମେଣ୍ଟ ଛାତ୍ର ଶିକ୍ଷକଙ୍କ ମଧ୍ୟରେ ଜୀବନ୍ତ ସମ୍ପର୍କ ସୃଷ୍ଟି କରିପାରିବ ନାହିଁ। ତେଣୁ ଏଭଳି ମାନସିକତାରୁ ସରକାର ଓହରନ୍ତୁ ବୋଲି ଓଷ୍ଟା ପକ୍ଷରୁ ଅନୁରୋଧ କରାଯାଇଛି।
ଉଲ୍ଲେଖଯୋଗ୍ୟ, ବୁଧବାର ଲୋକସେବା ଭବନରୁ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ପ୍ରେସ୍‌ ଇସ୍ତାହାର ମାଧ୍ୟମରେ ଓଡ଼ିଶାର ଶିକ୍ଷା ବ୍ୟବସ୍ଥାରେ କେତେକ ପରିବର୍ତ୍ତନ ପାଇଁ ନିଷ୍ପତ୍ତି ପ୍ରକାଶ ପାଇଛି। ଶିକ୍ଷାବିଭାଗରେ ଗୁଣାତ୍ମକ ଶିକ୍ଷା ଯୋଗାଇ ଦେବାକୁ ରାଜ୍ୟ ସରକାର ଯାହା ଯାହା ନିଷ୍ପତ୍ତି ନେବେ ତାକୁ ଓଷ୍ଟା ସ୍ବାଗତ କରିବ ସତ କିନ୍ତୁ ଶିକ୍ଷକର ପଦମର୍ଯ୍ୟାଦା, ଶିକ୍ଷାର ମୌଳିକତା ନଷ୍ଟ ହେଲାଭଳି କୌଣସି ନିଷ୍ପତ୍ତି ନେଲେ ତାହାକୁ ସଙ୍ଗଠନ ଅତୀତରେ ବିରୋଧ କରିଛି ଏବେ ମଧ୍ୟ ବିରୋଧ କରିବ ବୋଲି ଗୁରୁବାର ଏକ ପ୍ରେସ୍‌ ବିବୃତିିରେ ପ୍ରକାଶ କରିଛି। ରାଜ୍ୟରେ ମାଧ୍ୟମିକ ଶିକ୍ଷାରେ କେବଳ ୨୦ ହଜାରରୁ ଅଧିକ ଶିକ୍ଷକ ପଦ ଖାଲିପଡ଼ିଛି। ୫ ହଜାର ସରକାରୀ ବିଦ୍ୟାଳୟ ମଧ୍ୟରୁ ୪ ହଜାରରୁ ଊର୍ଦ୍ଧ୍ୱ ପ୍ରଧାନଶିକ୍ଷକ ପଦ ଖାଲି, ଅନୁଦାନପ୍ରାପ୍ତ ବା ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ କେହି ପ୍ରଧାନଶିକ୍ଷକ ନାହାନ୍ତି। ସମସ୍ତ ବିଦ୍ୟାଳୟରେ ଭାରପ୍ରାପ୍ତ ବରିଷ୍ଠ ଶିକ୍ଷକ ପ୍ରଧାନଶିକ୍ଷକ ଦାୟିତ୍ୱ ତୁଲାଉଛନ୍ତି। ଶିକ୍ଷକ ଶୂନ୍ୟତାରୁ ଅନେକ ପୂର୍ଣ୍ଣ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଭାଙ୍ଗି ଯିବାକୁ ବସିଲାଣି। ଏତିକି ବେଳେ ସରକାର ଶିକ୍ଷକ ମୁତୟନ ନ କରି ନିଯୁକ୍ତି ଦିଅନ୍ତୁ ବୋଲି ସଙ୍ଗଠନ ପକ୍ଷରୁ ଦାବି ହୋଇଛି। ଯଦି ଏ ନେଇ ସରକାର ଯଥାଶୀଘ୍ର କିଛି ପଦକ୍ଷେପ ନ ନିଅନ୍ତି ତେବେ ସଙ୍ଗଠନ ପୁନର୍ବାର ଆନ୍ଦୋଳନକୁ ଓହ୍ଲାଇବ ବୋଲି ଦୃଢ଼ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri