ଶିକ୍ଷା, ସ୍ବାସ୍ଥ୍ୟ ବିଭାଗର ଅବହେଳା: ପଡିରହିଛି ୭ ଲକ୍ଷର ସାନିଟାରି ନାପ୍‌କିନ

ଆଠମଲ୍ଲିକ, ୪ା୧୦ (ଡି.ଏନ.ଏ.)-ବିଦ୍ୟାଳୟ ଛାତ୍ରୀଙ୍କୁ ମାଗଣାରେ ସାନିଟାରି ନାପକିନ ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି। ସମସ୍ତ ବିଦ୍ୟାଳୟରେ ଛାତ୍ରୀମାନେ ଯେପରି ଏହି ପ୍ୟାଡ ପାଇବେ ସେଥିପାଇଁ ସରକାରୀ ସ୍ତରରେ ନିୟମ ରହିଛି। ହେଲେ ଅନେକ ସ୍ଥାନରେ ଥିବା ବିଦ୍ୟାଳୟଗୁଡିକର ଛାତ୍ରୀମାନଙ୍କୁ ସାନିଟାରି ନାପକିନ ବଣ୍ଟା ନ ଯାଇ ପଡିରହିଛି, ଯାହା ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକରେ ଦେଖିବାକୁ ମିଳିଛି। ବ୍ଲକକୁ ଆସିଥିବା ୯ ଲକ୍ଷ ଟଙ୍କାର ପ୍ୟାଡରୁ ୭ ଲକ୍ଷର ନାପକିନ ବଣ୍ଟା ନ ହୋଇ ବନ୍ଦ କୋଠରୀରେ ପଡିରହିଥିବା ଅଭିଯୋଗ ଆସିଛି। ଏଥିଯୋଗୁ ଅଭିଭାବକ ତଥା ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ସୂଚନା ମୁତାବକ, ଆଠମଲ୍ଲିକ ବ୍ଲକରେ ସମୁଦାୟ ୨୦୮ଟି ପ୍ରାଥମିକ ବିଦ୍ୟାଳୟ, ୨୬ଟି ହାଇସ୍କୁଲ ରହିଛି। ନିୟମ ମୁତାବକ, ୧୧ରୁ ୧୯ ବର୍ଷର ବାଳିକାମାନଙ୍କୁ ସାନିଟାରି ନାପକିନ ଯୋଗାଇଦିଆଯିବ। ଏଥିପାଇଁ ଆଠମଲ୍ଲିକ ବ୍ଲକରେ ଥିବା ବିଦ୍ୟାଳୟଗୁଡିକ ପାଇଁ ୯ ଲକ୍ଷ ଟଙ୍କାର ନାପକିନ ସରକାରଙ୍କ ପକ୍ଷରୁ ଯୋଗାଣ କରାଯାଇଥିଲା। ହେଲେ ସେଥିମଧ୍ୟରୁ ପ୍ରାୟ ୭ ଲକ୍ଷ ଟଙ୍କାର ନାପକିନ ସ୍ଥାନୀୟ ଲିପ୍ତିଙ୍ଗ ପ୍ରାଥମିକ ବିଦ୍ୟାଳୟରେ ୬ ମାସ ହେଲା ପଡିରହିଛି। ଏହାର ବଣ୍ଟନ ଦାୟିତ୍ୱ ମାଧପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଦିଆଯାଇଥିଲେ ମଧ୍ୟ ସମସ୍ତ ବିଦ୍ୟାଳୟକୁ ପ୍ୟାଡ ପ୍ରଦାନ କରାଯାଇପାରି ନାହିଁ। ଉଭୟ ସ୍ବାସ୍ଥ୍ୟ ଓ ଶିକ୍ଷା ବିଭାଗର ଅବହେଳା ଯୋଗୁ ଏପରି ଅବ୍ୟବସ୍ଥା ହୋଇଥିବା ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ମାଧପୁର ମେଡିକାଲ ଅଫିସର ରାହୁଲ୍‌ ଗର୍ଗ କହିଛନ୍ତି, ଶିକ୍ଷା ବିଭାଗ ଏଥି ପାଇଁ ସହଯୋଗ କରୁ ନ ଥିବାରୁ ସାନିଟାରି ନାପକିନ ବଣ୍ଟା ଯାଇପାରୁନାହିଁ। ସ୍ଥାନୀୟ ବିଆରସିସି ଛବୀନ୍ଦ୍ର ସିଠଙ୍କୁ ଯୋଗାଯୋଗ କରିବାରୁ ସେ କହିଲେ, ଶିକ୍ଷା ବିଭାଗକୁ ବିଭିନ୍ନ ସ୍କୁଲରେ ନାପକିନ ଯୋଗାଇ ଦେବା ପାଇଁ କୌଣସି ନିର୍ଦ୍ଦେଶାନାମା ନାହିଁ। ସେ ସମ୍ପର୍କରେ କିଛି ଜାଣୁନାହୁଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?